ଦୋକାନ ବନ୍ଦ କରି ଫେରୁଥିବାବେଳେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା

ଫିରୋଜାବାଦ: ଉତ୍ତରପ୍ରଦେଶର ଫିରୋଜାବାଦ ଜିଲ୍ଲାରେ ଜଣେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ତାଙ୍କ ନାଁ ଡିକେ ଗୁୁପ୍ତା। ସେ ଫିରୋଜାବାଦ ମଣ୍ଡଳର ଉପାଧ୍ୟକ୍ଷ ରହିଥିଲେ।

ସୂଚନା ଅନୁସାରେ, ଗତକାଲି ରାତିରେ ଡିକେ ଗୁୁପ୍ତା ଦୋକାନ ବନ୍ଦ କରି ଫେରୁଥିବା ବେଳେ ଏକ ଲୋକାଲ୍‌ ମାର୍କେଟ୍‌ରେ ୩ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପାଇଁ ପୋଲିସ୍‌ ପ୍ରୟାସ କରୁଛି। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଲାଗି ଡିକେ ଗୁୁପ୍ତାଙ୍କ ସମର୍ଥକ ଓ ପରିବାର ଲୋକ ଦାବି କରିଛନ୍ତି।

ଅନ୍ୟପକ୍ଷରେ, ଏହି ଘଟଣାରେ ସମ୍ପୃକ୍ତି ନେଇ ଡିକେ ଗୁୁପ୍ତାଙ୍କ ପରିବାର ଲୋକ କିଛି ସନ୍ଦିଗ୍ଧଙ୍କ ନାଁ ପୋଲିସ୍‌କୁ ଦେଇଛନ୍ତି। ଏହାକୁ ଆଧାର କରି ଅଭିଯୁକ୍ତଙ୍କୁ ଧରିବା ଲାଗି ପୋଲିସ୍ ଛାନ୍‌ଭିନ୍‌ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like