କାଲିଠୁ ନୂଆ ଢାଞ୍ଚାରେ ଆରମ୍ଭ ହେବ ସିବିଏସ୍‌ଇ ପରୀକ୍ଷା ଖାତା ମୂଲ୍ୟାୟନ

ନୂଆଦିଲ୍ଲୀ: ସେପଟେ ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଖାତା ଦେଖା ଆସନ୍ତାକାଲି ଠାରୁ ଆରମ୍ଭ ହେବ। ଏନେଇ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି କେନ୍ଦ୍ର ମାନବ ସଂବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ। ମୂଲ୍ୟାୟନକାରୀମାନେ ନିଜ ଘରେ ରହି ପରୀକ୍ଷା ଖାତା ଦେଖିବେ।

ମୂଲ୍ୟାୟନ କେନ୍ଦ୍ର ଭାବେ ଚୟନ କରାଯାଇଥିବା ୩ ହଜାରଟି ସ୍କୁଲରୁ ପରୀକ୍ଷା ଖାତା ଶିକ୍ଷକମାନଙ୍କ ଘରକୁ ଯିବ ଏବଂ ସେମାନେ ଖାତା ଦେଖିବା ପରେ ସେଗୁଡ଼ିକ ପୁଣି କେନ୍ଦ୍ରକୁ ଫେରିବ। ଏଥିପାଇଁ ସ୍ୱତନ୍ତ୍ର ଭାବେ ଅନୁମତି ଦେଇଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ଖାତା ଦେଖା ୫୦ ଦିନ ଭିତରେ ସାରିବାକୁ ଲକ୍ଷ୍ୟ ରଖାଯାଇଛି।

ତେବେ କଣ୍ଟେନମେଣ୍ଟ ଜୋନ୍ ବ୍ୟତୀତ ଅନ୍ୟ ସବୁ ସ୍ଥାନ ପାଇଁ ଏହି ଅନୁମତି ଦିଆଯାଇଛି। ସିବିଏସ୍ଇ ଦଶମର ୧୮ ଲକ୍ଷ ଓ ଦ୍ୱାଦଶର ୧୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷାଫଳ ଅପେକ୍ଷାରେ ଥିବା ବେଳେ ମୂଲ୍ୟାୟନକାରୀ ମାନେ ଘରେ ରହି ୫୦ଦିନ ଭିତରେ ପ୍ରାୟ ଦେଢ଼କୋଟି ପରୀକ୍ଷା ଖାତା ଦେଖିବେ।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like