ପୁଡୁଚେରୀ ଉପରାଜ୍ୟପାଳଙ୍କ କ୍ଷମତାକୁ ନେଇ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: କେନ୍ଦ୍ର ଶାସିତ ରାଜ୍ୟ ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କ କ୍ଷମତା ପ୍ରସଙ୍ଗରେ ମାଡ୍ରାସ ହାଇକୋର୍ଟ ଦେଇଥିବା ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି କେନ୍ଦ୍ର ସରକାର। ନିକଟରେ ପୁଡୁଚେରୀ ସରକାରଙ୍କ ନିତିଦିନ କାର୍ଯ୍ୟରେ ଉପରାଜ୍ୟପାଳ ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ମାଡ୍ରାସ ହାଇକୋର୍ଟ ଏପ୍ରିଲ ୩୦ ତାରିଖରେ ଶୁଣାଣି କରି କହିଥିଲେ। ହାଇକୋର୍ଟଙ୍କ ରାୟରେ ଅସନ୍ତୋଷ ପ୍ରକାଶ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛି କେନ୍ଦ୍ର।

ସୂଚନାଯୋଗ୍ୟ ଯେ, ମାଡ୍ରାସ ହାଇକୋର୍ଟରେ କଂଗ୍ରେସ ପକ୍ଷରୁ ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କ ବିରୋଧରେ ଏକ ଆବେଦନ କରାଯାଇଥିଲା। ଏଥିରେ କୁହାଯାଇଥିଲା ଯେ ଶ୍ରୀମତୀ ବେଦୀ ପ୍ରଶାସନିକ ଅଧିକାରୀଙ୍କୁ ବାଧ୍ୟ କରି ନିଜର ହ୍ୱାଟସଆପ୍‌ ଗ୍ରୁପ୍‌ରେ ସାମିଲ କରୁଛନ୍ତି। ଏଥିସହ ଆର୍ଥିକ ବ୍ୟାପାର ସହ ସରକାରୀ ଅଧିକାରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ନିଜ ଇଚ୍ଛାରେ କରୁଛନ୍ତି। ରାଜ୍ୟରେ ନିର୍ବାଚିତ ସରକାର ଥିଲେ ମଧ୍ୟ କିରଣ ବେଦୀଙ୍କ ଏଭଳି ଆଚରଣ ଆଦୌ ଗ୍ରହଣୀୟ ନୁହେଁ ବୋଲି ଆବେଦନରେ କୁହାଯାଇଥିଲା।

ଏହାପରେ ଜଷ୍ଟିସ୍‌ ଆର ମାଧବନଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି କହିଥିଲେ, “ପୁଡ଼ୁଚେରୀ ଏକ କେନ୍ଦ୍ର ଶାସିତ ଅଞ୍ଚଳ। ଏଠାରେ ଜଣେ ନିର୍ବାଚିତ ସରକାର ରହିଛନ୍ତି। ଉପରାଜ୍ୟପାଳ ସରକାରଙ୍କ ସହ ମିଶି କାର୍ଯ୍ୟ କରିବେ। ନିଜ ଇଚ୍ଛା ଅନୁସାରେ ଏକ ସମାନ୍ତରାଳ ସରକାର ଚଳାଇ ପାରିବେ ନାହିଁ ।”

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

You might also like