ଅନଲକ୍-୨ ପାଇଁ ଜାରି ହେଲା ନୂଆ ଗାଇଡଲାଇନ୍

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ ଅନଲକ୍-୨ର ଗାଇଡଲାଇନ୍ ଜାରି କରିଛନ୍ତି। କରୋନାଭାଇରସର କଣ୍ଟେନମେଣ୍ଟ ଜୋନରୁ ବାହାରେ ଥିବା କିଛି ଅଞ୍ଚଳରେ କଟକଣାକୁ କୋହଳ କରାଯିବ। ତେବେ କଣ୍ଟେନମେଣ୍ଟ ଜୋନରେ ଲକଡାଉନକୁ କଡ଼ାକଡ଼ି ଭାବେ ପାଳନ କରାଯିବ।

ଅନଲକ୍-୧ର ଅବଧି ଜୁନ୍ ୩୦ ତାରିଖରେ ଶେଷ ହେବାକୁ ଯାଉଛି। ଏହା ସହ ଅନଲକ୍-୨ର ଘୋଷଣା କରାଯାଇଛି, ଯାହା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିରେ କିଛି ଗତିବିଧିକୁ କିଛି କଟକଣା କୋହଳ କରାଯାଇଛି।


ନୂଆ ଗାଇଡଲାଇନ୍ ଅନୁଯାୟୀ, ରାତି ୧୦ଟାରୁ ସକାଳ ୫ଟା ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ। ଏହାସହ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍, କଲେଜ, ଶିକ୍ଷା ଓ କୋଚିଂ ଅନୁଷ୍ଠାନ ବନ୍ଦ ରହିବ। ସେହିପରି ଅନ୍ତର୍ଜାତୀୟ ବିମାନ ସେବା ଓ ମେଟ୍ରୋ ରେଳ ସେବା ବନ୍ଦ ରଖିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

ଏହାଛଡ଼ା ସିନେମାହଲ୍, ଜିମ୍, ସୁଇମିଂ ପୁଲ୍, ପାର୍କ, ବାର୍ ବନ୍ଦ ରହିବ। ସେହିପରି ସାମାଜିକ, ରାଜନୈତିକ, କ୍ରୀଡ଼ା, ମନୋରଞ୍ଜନ ଭିତ୍ତିକ ସମାବେଶ ମଧ୍ୟ ପୂର୍ବଭଳି ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ଗାଇଡଲାଇନ୍ ଅନୁଯାୟୀ, ନିଜ ଅଞ୍ଚଳରେ ଥିବା ଦୋକାନରେ ଏକାଥରକେ ୫ରୁ ଅଧିକ ଜଣ ଛିଡ଼ା ହୋଇପାରିବେ। ତେବେ ସମସ୍ତଙ୍କୁ ସାମାଜିକ ଦୂରତା ବଜାୟ ରଖିବାକୁ ପଡ଼ିବ।

ଅନଲକ୍-୧ରେ ଜାରି ହୋଇଥିବା ଗାଇଡଲାଇନରେ କଣ୍ଟେନମେଣ୍ଟ ଜୋନରୁ ବାହାରେ ଧାର୍ମିକସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ, ଶପିଙ୍ଗ୍ ମଲକୁ ଜୁନ୍ ୮ ତାରିଖରୁ ଖୋଲିବାକୁ ଅନୁମତି ମିଳିଥିଲା। ଏହା ଆଗକୁ ମଧ୍ୟ ଜାରି ରହିବ। ଏଥିପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର୍ (ଏସଓପି) ଜାରି ରହିବ।

ଆହୁରି ପଢ଼ନ୍ତୁ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like