ଦେଶରେ କରୋନା ରେକର୍ଡ; ୨୪ ଘଣ୍ଟାରେ ୨୫ ହଜାର ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଦେଶରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୨୪ ହଜାର ୮୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୪୮୭ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ କରୋନା ମୃତ୍ୟୁ ସଂଖ୍ୟା ୨୧ ହଜାର ପାର ହୋଇଛି ।
ଦେଶରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୭ ହଜାର ୨୯୬ ହୋଇଛି। ଏଥିମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ଦେଶରେ ମୃତ୍ୟୁ ସଂଖ୍ୟା୨୧ ହଜାର ୧୨୯ ଥିବାବେଳେ ଆକ୍ଟିଭ କେସ୍ ୨ ଲକ୍ଷ ୬୯ ହଜାର ୭୮୯ ଅଛି। ସୁସ୍ଥ ହେଲେଣି ୪ ଲକ୍ଷ ୭୬ ହଜାର ୩୭୭।
ସୂଚନାଥାଉ କି, କେବଳ ମହାରାଷ୍ଟ୍ରରୁ ୨ ଲକ୍ଷ ୨୩ ହଜାର ୭୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଠାରେ ମୃତ୍ୟୁ ସଂଖ୍ୟା ୯ହଜାର ୪୪୮ରେ ପହଞ୍ଚିଛି । ଦିଲ୍ଲୀରେ ୩ହଜାର ୨୧୩, ଗୁଜରାଟ ୧ହଜାର ୯୯୩, ତାମିଲନାଡୁରେ ୧୭୦୦ ମୃତ୍ୟୁ ଘଟିଛି ।ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।