ଦେଶରେ ୧୯ ହଜାର ଟପିଲା କରୋନା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ପ୍ରତିଦିନ ନୂଆ ରେକର୍ଡ ରଚୁଛି ମହାମାରୀ କରୋନା।  ଆକ୍ରାନ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ରୁଷିଆକୁ ପଛରେ ପକାଇ ଭାରତ ୩ ନମ୍ବର ସ୍ଥାନରେ ପହଞ୍ଚିଛି। ଆମେରିକା ପ୍ରଥମରେ ଥିବାବେଳେ ଦ୍ୱିତୀୟରେ ରହିଛି ବ୍ରାଜିଲ । ଏହାପରେ ତୃତୀୟ ସ୍ଥାନରେ ଭାରତ ।

ଓ୍ୱଲଡୋମିଟର ତଥ୍ୟ ଅନୁଯାୟୀ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୬ ଲକ୍ଷ ୯୭ ହଜାର ୬୯୩ରେ ପହଞ୍ଚିଛି । ରୁଷିଆରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୮୦ ହଜାର ୨୮୩ ଥିବାବେଳେ ଭାରତ ଏହାକୁ ଅତିକ୍ରମ କରିଛି । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ ହଜାର ୬୯୩ ହୋଇଛି ।

କେବଳ ମହାରାଷ୍ଟ୍ରରେ ଗୋଟିଏ ଦିନରେ ୬ ହଜାର ୫୫୫, ତାମିଲନାଡୁରେ ୪୧୫୦, ଦିଲ୍ଲୀରେ ୨୨୪୪ଟି ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ଆକ୍ଟିଭ କେସ୍ ୨,୫୩,୨୮୭ ଥିବାବେଳେ  ୪,୨୪,୪୩୭ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଦେଶର ପ୍ରଥମ ରାଜ୍ୟ ଭାବେ କେରଳ ସରକାର କୋଭିଡ୍ କଟକଣାକୁ ଆଉ ବର୍ଷେ ଯାଏଁ ବୃଦ୍ଧି କରିଛନ୍ତି । 2021 ଜୁଲାଇ ପଯର୍ୟନ୍ତ ରାଜ୍ୟରେ ମାସ୍କ ପିନ୍ଧିବା, ୬ ଫୁଟର ସାମାଜିକ ଦୂରତା ମାନିବା ଏବଂ ସାମାଜିକ କାର୍ଯ୍ୟକ୍ରମରେ ଲୋକେ ଏକାଠି ହେବାକୁ ବାରଣ କରାଯାଇଛି । ସେହିଭଳି ବର୍ଷେ ଯାଏଁ କୋଭିଡ୍ ସଂକ୍ରମଣ ରୋକିବାକୁ ଅନ୍ୟାନ୍ୟ ନିୟମ ମଧ୍ୟ କଡ଼ାକଡ଼ି ଭାବେ ପାଳନ କରାଯିବ । କେରଳ ମହାମାରୀ ରୋଗ ବିଧେୟକ ୨୦୨୦ ଜରିଆରେ ସରକାର ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ଦଣ୍ଡ ବ୍ୟବସ୍ଥା ବି କରିଛନ୍ତି ।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like