ଭାରତରେ ନିୟନ୍ତ୍ରଣରେ ରହିଛି କରୋନା ସ୍ଥିତି: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ ନିୟନ୍ତ୍ରଣରେ ରହିଛି କରୋନା ସ୍ଥିତି । ବିଶ୍ୱରେ ଅନ୍ୟ ଦେଶ ତୁଳନାରେ ଭାରତରେ ସ୍ଥିତି ଭଲ ଅଛି । ଏ ନେଇ ଲୋକସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ । ଦେଶରେ ୧୦ ଲକ୍ଷ ଜନସଂଖ୍ୟାରେ ମାତ୍ର ୩,୩୨୮ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି।

କୋଭିଡ୍ ପରିଚାଳନା ସଠିକ୍ ଭାବେ ଚାଲିଛି । ଦେଶରେ ସଂକ୍ରମଣ ହାର କମ ରହିଛି । କରୋନା ଜନିତ ମୃତ୍ୟୁ ହାର ୧ ଦଶମିକ ୬ ପ୍ରତିଶତ ଥିବା ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । ସେହିପରି ଦେଶରେ ସୁସ୍ଥ ହାର ୭୮ ପ୍ରତିଶତ ଥିବା ହର୍ଷବର୍ଦ୍ଧନ କହିଛନ୍ତି । ମହାରାଷ୍ଟ୍ର, ତାମିଲନାଡୁ, କର୍ଣ୍ଣାଟକ, ଉତ୍ତର ପ୍ରଦେଶ, ଦିଲ୍ଲୀ, ପଶ୍ଚିମବଙ୍ଗ, ବିହାର, ତେଲଙ୍ଗାନା, ଓଡ଼ିଶା, ଆସାମ, କେରଳ ଏବଂ ଗୁଜରାଟରେ ଅଧିକ ସଂକ୍ରମଣ ଓ ମୃତ୍ୟୁ ମାମଲା ସାମ୍ନାକୁ ଆସୁଛି ।

ଏସବୁ ରାଜ୍ୟରେ ୧ ଲକ୍ଷରୁ ଅଧିକ କରୋନା ସଂକ୍ରମଣ ମାମଲା ରହିଥିବା ଲୋକସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ । ସେପଟେ ଆଜିର କାର୍ଯ୍ୟ କାଳ ଶେଷ ହେବା ପରେ ଲୋକସଭାକୁ ଆସନ୍ତାକାଲି ଦିନ ୩ଟା ପଯର୍ୟନ୍ତ ମୁଲତବି ରଖାଯାଇଛି ।

ଆହୁରି ପଢ଼ନ୍ତୁ

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

You might also like