୨୪ ଘଣ୍ଟାରେ ୧୭୫୨ ନୂଆ କରୋନା ସଂକ୍ରମିତ ଓ ୩୭ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୭୫୨ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭  ଜଣଙ୍କ ମୃତ୍ୟୁ ହୋଇଛି। ଏହା ଫଳରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୪୫୨ରେ ପହଞ୍ଚିଛି। ଏବଂ ୭୨୩ ଜଣଙ୍କ ମୃତ୍ୟୁ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ୱାଲ୍ ଏହି ସୂଚନା ଦେଇଛନ୍ତି। ତେବେ ଆରୋଗ୍ୟ ହାର ୨୦ ପ୍ରତିଶତରୁ ଅଧିକ ଥିବା ନେଇ ସେ କହିଛନ୍ତି।

ଏହାସହ ଗତ ୨୮ ଦିନରେ ୧୫ଟି ଜିଲ୍ଲାରେ ଏବଂ ଗତ ୧୪ ଦିନ ମଧ୍ୟରେ ୮୦ଟି ଜିଲ୍ଲାରେ କୌଣସି ସଂକ୍ରମିତ ଚିହ୍ନଟ ହୋଇନଥିବା ସେ ସୂଚନା ଦେଇଛନ୍ତି।

ସେହିଭଳି କରୋନା ମୁକାବିଲା ପାଇଁ ଆଉ ୪ଟି ଆନ୍ତଃ ମନ୍ତ୍ରୀ ସ୍ତରୀୟ ଟିମ୍ ଗଠନ କରାଯାଇଛି। ଏହି ନୂଆ ଟିମ୍‌ ସୁରତ, ଅହମଦାବାଦ, ଚେନ୍ନାଇ ଓ ହାଇଦ୍ରବାଦ ଯାଇ ସ୍ଥିତି ଅନୁଧ୍ୟାନ କରିବେ ବୋଲି ଗୃହ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।

ସେପଟେ  ଦେଶରେ ଏବେ କରୋନା ସଂକ୍ରମଣ ଷ୍ଟେଜ୍ ୩କୁ ଯାଇନାହିଁ। କରୋନା ସ୍ଥିତି ନେଇ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ଏହା କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦ୍ରମନ୍ତ୍ରୀ ସବୁ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଆଲୋଅଚନା କରି ନିଜ ରାଜ୍ୟରେ କରୋନାର ସ୍ଥିତି ସମସ୍ତ ସ୍ୱାସ୍ଥ୍ୟମନ୍ତ୍ରୀ ଅନୁଧ୍ୟାନ କରନ୍ତୁ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

You might also like