ଦେଶରେ ୧୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୩୯୨ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୦୧୯୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୧୩୪୩ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର ପରେ ଦିଲ୍ଲୀରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ତାମିଲନାଡୁ, ରାଜସ୍ଥାନ, ମଧ୍ୟପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

You might also like