ଦେଶରେ ୪ଶହ ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୪୧୪ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୦,୪୭୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୧୪୮୮ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର ପରେ ଦିଲ୍ଲୀରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ତାମିଲନାଡୁ, ରାଜସ୍ଥାନ, ମଧ୍ୟପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

କରୋନା ମୁକାବିଲା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଷ୍ଟ୍ରାଟେଜି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦେଶରେ ମୋଟ ୧୭୦ ଜିଲ୍ଲାକୁ କରୋନା ହଟସ୍ପଟ ଭାବେ ଚିହ୍ନଟ କରିଛି। ସେହିପରି ୨୦୭ଟି ଜିଲ୍ଲାକୁ ସମ୍ଭାବ୍ୟ ହଟସ୍ପଟ ତାଲିକାରେ ରଖାଯାଇଛି। ଅର୍ଥାତ ଏଠାରେ ସଂକ୍ରମିତ ଆଶଙ୍କା କମ ଓ ଏହା ଗ୍ରୀନ ଜୋନରେ ରହିଛି।

You might also like