ଦେଶରେ ୩୬ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୭୮ ହଜାରରୁ ଅଧିକ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ବି ରେକର୍ଡ ସଂଖ୍ୟକ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରବିବାର ଦେଶର କରୋନା ପଜିଟିଭଙ୍କ ସଂଖ୍ୟା ୩୬ ଲକ୍ଷ ଟପିଛି। ୨୪ ଘଣ୍ଟାରେ ସବୁଠାରୁ ଅଧିକ କରୋନା ରୋଗୀ ଚିହ୍ନଟ ଦେଶ ତାଲିକାରେ ଭାରତର ନାମ ଏବେ ଆମେରିକାକୁ କାଟି ଉପରେ ରହିଛି। worldometer ଅନୁଯାୟୀ, ଦେଶରେ ଦିନକରେ ୮୦ ହଜାର ପାଖାପାଖି କରୋନା ରୋଗୀ ଚିହ୍ନଟ ହେଉଛନ୍ତି।  ସେହିପରି ଗତ ୨୪ ଘଣ୍ଟାରେ ୯୭୧ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଦେଶରେ ମୃତକଙ୍କ ସଂଖ୍ୟା ୬୪, ୪୬୯ ଛୁଇଁଛି।

ଦେଶରେ ଗତ କିଛି ଦିନ ଧରି ୭୬ ହଜାରରୁ ଅଧିକ ନୂଆ କେସ୍‌ ସାମ୍ନାକୁ ଆସୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ମୁତାବକ ରବିବାର ଦେଶରେ ୭୮,୫୧୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ୭୬, ୪୭୨ ପଜିଟିଭ ଚିହ୍ନଟ ହୋଇଥିଲେ।

ଦେଶରେ ବର୍ତ୍ତମାନ କରୋନା ରୋଗୀଙ୍କ ସଂଖ୍ୟା ୩୬, ୨୧, ୨୪୫ ଥିବା ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଏଥି ମଧ୍ୟରୁ ୭, ୮୧, ୯୭୫ ଆକ୍ଟିଭ କେସ୍‌ ଥିବାବେଳେ ୨୭, ୭୪, ୮୦୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନରେ ସୁସ୍ଥ ହୋଇଛନ୍ତି ୬୦, ୮୬୮।

 

 

 

ଆହୁରି ପଢ଼ନ୍ତୁ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

You might also like