ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୬୧ ହଜାର ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିଚାଲିଛି ଦେଶରେ କୋରନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ୯୩୩ ଜଣଙ୍କ ଜୀବନ ଯାଇଥିବା ବେଳେ ସଂକ୍ରମଣ ହୋଇଛନ୍ତି ୬୧ ହଜାର ୫୩୭ ଜଣ । ଶନିବାର କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ଜାରି କରିଥିବା ତଥ୍ୟ ଅନୁଯାୟୀ, ଗତ ୧୦ ଦିନ ହେବ ୫୦ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ ହେଉଛନ୍ତି।

ବର୍ତ୍ତମାନ ଦେଶରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୨୦, ୮୮, ୬୧୨ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୪୨, ୫୧୮ ଛୁଇଁଛି। ସରକାରୀ ତଥ୍ୟ ଅନୁସାରେ କରୋନାରେ ୧୪, ୨୭, ୦୦୫ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି।

ମହାରାଷ୍ଟ୍ରରେ ସର୍ବାଧିକ ୧୭ ହଜାର ୯୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ତାମିଲନାଡୁରେ ୪ହଜାର ୬୯୦, ରାଜଧାନୀ ଦିଲ୍ଲୀରେ ୪ ହଜାର ୮୨, କର୍ଣ୍ଣାଟକରେ ୨ ହଜାର ୯୯୮ ଆକ୍ରାନ୍ତଙ୍କ ସଂକ୍ରମଣ ଜନିତ ମୃତ୍ୟୁ ଘଟିଛି।  ବର୍ତ୍ତମାନ ଦେଶରେ ଆକ୍ଟିଭ କେସ୍  ୬ ଲକ୍ଷ ୧୯ ହଜାର ୮୮ ଥିବାବେଳେ ଏବଂ ସୁସ୍ଥ ହେଲେଣି ୧୪ ଲକ୍ଷ ୨୭ ହଜାର ୫ଜଣ ।

 

ଆହୁରି ପଢ଼ନ୍ତୁ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

You might also like