ଦେଶରେ ୧୦୯ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ:ଦେଶରେ ୧୦୯ଜଣଙ୍କ ମୁଣ୍ଡ ନେଲା କରୋନା। ଆଜି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ଶହେ ଟପିଛି। ଏଥି ସହ ଦେଶରେ ମୋଟ୍ ୪ ହଜାର ୬୭ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ ୩ ହଜାର ୬ଶହ ୬୬ ଚିକିତ୍ସାଧୀନ ଅଛନ୍ତି।

ଦେଶରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇ ୨୯୧ଡିସ୍‌ଚାର୍ଜ ହେଲେଣି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ, କେରଳ, ଉତ୍ତର ପ୍ରଦେଶ ଓ ରାଜସ୍ଥାନରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ବୋଲି ଜଣାପଡ଼ିଛି।

ଅନ୍ୟପକ୍ଷେ ୬୫ ଜଣ ବିଦେଶୀ ଏହି ରୋଗରେ ପୀଡିତ ହୋଇଛନ୍ତି।

 

You might also like