୨୪ କ୍ୟାନସର ରୋଗୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା ଭାଇରସର ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ଭାଇରସ ସିଆରପିଏଫ(CRPF), ବିଏସ୍‌ଏ‍ଫ(BSF)ର ମୁଖ୍ୟାଳୟକୁ ସଂକ୍ରମିତ କରିବା ପରେ ଏବେ ଭାରତୀୟ ସେନା ଡାକ୍ତରଖାନାରେ ସକ୍ରଂମଣ କରିଥିବା ଜଣାପଡିଛି। ଦିଲ୍ଲୀ ସେନାର ଅନୁସନ୍ଧାନ ଓ ରେଫରାଲ(Research $ Referral Hospital) ହସ୍ପିଟାଲରେ କାର୍ଯ୍ୟ କରୁଥିବା ଅବସରପ୍ରାପ୍ତ କର୍ମଚାରୀଙ୍କ ସମେତ ୨୪ ଜଣ କ୍ୟାନସର ରୋଗୀ ଏହି ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୨୦ଜଣ ହେଉଛନ୍ତି କାର୍ଯ୍ୟରତ କର୍ମଚାରୀ ଓ ଜଣେ ଅବସରପ୍ରାପ୍ତ କର୍ମଚାରୀ ହୋଇଥିବାବେଳେ ଅନ୍ୟମାନେ ସେଠାରେ ଚିକିତ୍ସା ହେଉଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ସମସ୍ତ ସଂକ୍ରମିତ ଲୋକଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀର ଛାବନି ସ୍ଥିତ ଥିବା ଆର୍ମି ବେସ୍ ହସ୍ପିଟାଲକୁ ପଠାଯାଇଛି। ସେଠାରେ କରୋନା ରୋଗୀଙ୍କୁ ଚିକିତ୍ସା କରିବା ପାଇଁ ଏକ (COVID-19)ର ୱାର୍ଡ ରହିଛି। ସେମାନଙ୍କୁ ଚିକିତ୍ସା କରୁଥିବା ଜଣେ ଡାକ୍ତର କହିଛନ୍ତି, ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। କିନ୍ତୁ କ୍ୟାନସରରେ ପୀଡିତ ଥିବାରୁ ତାଙ୍କର ରୋଗ ପ୍ରତିରୋଧକ ଶକ୍ତି କମ୍‌ ରହିଛି।

୨୪ଜଣଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କର କରୋନା ପରୀକ୍ଷା କରାଯାଇଛି। ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ପରିବାର ସଦସ୍ୟଙ୍କର ମଧ୍ୟ କରୋନା ପରୀକ୍ଷା କରାଯାଇଛି। ଏପର୍ଯ୍ୟନ୍ତ ସେନା, ନୌସେନା ଓ ବାୟୁସେନାର ୬୦ଜଣ କର୍ମଚାରୀ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

You might also like