୧୨ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେଇପାରେ ‘ନିସର୍ଗ’

ନୂଆଦିଲ୍ଲୀ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସାଇକ୍ଲୋନିକ୍ ଷ୍ଟର୍ମ ବା ବାତ୍ୟାର ରୂପ ନେଇପାରେ ନିସର୍ଗ । ଏହାର ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହି ସମୟରେ ୯୦ରୁ ୧୧୫ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଏହି ସମୟରେ ପବନର ବେଗ ୧୨୫ କିମି ବି ଛୁଇଁପାରେ ବୋଲି ପୂର୍ବାନୁମାନ କରୁଛି ପାଣିପାଗ ବିଭାଗ।  ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି । ଆସନ୍ତାକାଲି ରାତି ସୁଦ୍ଧା ନିସର୍ଗ ମହାରାଷ୍ଟ୍ରର ରାଇଗଡ ଏବଂ ଡାମନ ମଧ୍ୟବର୍ତ୍ତୀ ସ୍ଥାନରେ ଉପକୂଳ ଛୁଇଁବା ଆଶଙ୍କା ରହିଛି ।

ସାମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଉତ୍ତର ମହାରାଷ୍ଟ୍ର ଓ ଦକ୍ଷିଣ ଗୁଜରାଟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛିି ।ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।  ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ମହାରାଷ୍ଟ୍ରର ବିଭିନ୍ନ ଅଂଚଳରେ ରେଡ୍ ଆଲର୍ଟ ଜାରି କରାଯାଇଛି ।

ବାଣିଜ୍ୟ ନଗରୀ ମୁମ୍ବାଇ ସହ ଥାନେ, ପଲଘର, ରାଇଗଡ ଜିଲ୍ଲାରେ ରେଡ୍ ଆଲର୍ଟ ଜାରି ହୋଇଛି । ରତ୍ନଗିିରି, ଥାନେ, ମୁମ୍ବାଇ ଓ ନାସିକ ଅଂଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।  ପରିସ୍ଥିତିକୁ ଦେଖି ଏନଡିଆରଏଫ୍ ପକ୍ଷରୁ ଉପୂକଳ ଲୋକଙ୍କୁ ଉଚ୍ଚ ସ୍ଥାନକୁ ଚାଲିଯିବାକୁ କୁହାଯାଉଛି। ସେପଟେ ତଟରକ୍ଷୀ ବାହିନୀ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି ॥

 

ଆହୁରି ପଢ଼ନ୍ତୁ

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

You might also like