ଶକ୍ତିଶାଳୀ ହୋଇ ମାଡ଼ି ଆସୁଛି ବାତ୍ୟା ‘ହିକ୍କା’

ନୂଆଦିଲ୍ଲୀ: ଶକ୍ତିଶାଳୀ ହୋଇ ମାଡ଼ି ଆସୁଛି ସାମୁଦ୍ରିକ ଘୂର୍ଣ୍ଣିଝଡ଼ ‘ହିକ୍କା’। ଆଜି ଅପରାହ୍ଣ ସୁଦ୍ଧା ଓମାନ ଉପକୂଳରେ ଏହା ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ। ଆଜି ଭୋର ସମୟରେ ଓମାନ ଉପକୂଳରୁ ୭୦ କିଲୋମିଟର ଦୂରରେ ଏହା କେନ୍ଦ୍ରୀଭୂତ ହୋଇଥିଲା।

‘ହିକ୍କା’ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନ୍‌ରେ ପରିଣତ ହେବ। ଏହାର ଆସନ୍ତା ୬ ଘଣ୍ଟା ମଧ୍ୟରେ ୱେଲ୍‌-ମାର୍କଡ୍‌ ଲୋ’ରେ ପରିଣତ ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ଗୁଜରାଟର କଚ୍ଛ ଓ ସୌରାଷ୍ଟ ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।  ଏଥିସହ ତାମିଲନାଡୁ, ପୁଡୁଚେରୀ, କେରଳ ଓ କର୍ଣ୍ଣାଟକର କିଛି ସ୍ଥାନରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଲୋକଙ୍କୁ ସମୁଦ୍ର ଭିତରକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି।

ଆରବ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିଲା। ସୋମବାର ଏହା ବାତ୍ୟା ‘ହିକ୍କା’ରେ ପରିଣତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

You might also like