କଂଗ୍ରେସ ନେତା ଡିକେ ଶିବକୁମାରଙ୍କୁ ଗିରଫ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ବେଙ୍ଗାଲୁରୁ: କର୍ଣ୍ଣାଟକା କଂଗ୍ରେସ ନେତା ଡିକେ ଶିବକୁମାରଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଏକ ମନିଲଣ୍ଡରିଂ ନିରୋଧ ଆଇନ ଅଧୀନରେ ତାଙ୍କୁ ଗିରଫ କରାଯାଇଛି। ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା ବର୍ତ୍ତମାନର କନକପୁରା ବିଧାୟକ ଆଜି ଚତୁର୍ଥ ଥର ପାଇଁ ପଚରାଉଚରା ପାଇଁ ଇଡି ନିକଟରେ ହାଜର ହୋଇଥିଲେ।

ଏହି କଂଗ୍ରେସ ନେତାଙ୍କୁ ହେପାଜତକୁ ନିଆଯାଇ ପଚରାଉଚରା କରାଯିବାର ଅଛି, ତେଣୁ ତାଙ୍କୁ ଗିରଫ କରାଯାଇଛି। ବୁଧବାର ଇଡି ତାଙ୍କୁ କୋର୍ଟରେ ହାଜର କରି ହେପାଜତରେ ନେବା ପାଇଁ ଆବେଦନ କରିବ।

ତେବେ ଶିବକୁମାରଙ୍କ ଗିରଫଦାରୀ ପରେ ବର୍ତ୍ତମାନ ଗିରଫ ହୋଇ ସିବିଆଇ ହେପାଜତରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ୍‌ଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମ୍‌ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଇଡି କଂଗ୍ରେସ ନେତାଙ୍କୁ ହଇରାଣ କରୁଛି।

ସୂଚନାଯୋଗ୍ୟ ଯେ, ଇଡି ଗତ ବର୍ଷ ସେପ୍ଟେମ୍ବରରେ ହିଁ ମାମଲା ରୁଜୁ କରିଥିଲା। ଟିକସ ଫାଙ୍କି ଏବଂ ହାୱଲା ଅଭିଯୋଗ ଆଣି ଆୟକର ବିଭାଗ ଦାଖଲ କରିଥିବା ଏକ ଚାର୍ଜଶିଟ୍‌ ଆଧାରରେ ଏହି ମାମଲା ଚାଲୁ ରହିଛି।

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like