କେମିକାଲ କାରଖାନାରେ ଫାଟିଗଲା ସିଲିଣ୍ଡର: ୧୦ ମୃତ

ମୁମ୍ୱାଇ: ମହାରାଷ୍ଟ୍ରର ଧୁଲେ ଜିଲ୍ଲାରେ ଥିବା କେମିକାଲ କାରଖାନାରେ ଗ୍ୟାସ ସିଲିଣ୍ଡର ଫାଟି ୧୦ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପୁଲିସ୍ ସୂଚନା ଦେଇଛି। ପ୍ରଥମେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ଖବର ଆସିଥିଲା ପରେ ଏହି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି।

ପାଖାପାଖି ୧୦୦ ଜଣ କର୍ମଚାରୀ ସିଲିଣ୍ଡର ବିସ୍ଫୋରଣ କରିବା ବେଳେ କାରଖାନାରେ କାମ କରୁଥିଲେ। ସକାଳ ୯ଟା ୪୫ ମିନିଟ୍ ସମୟରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ରହିଛି। ସିଲିଣ୍ଡର ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି। ତଦନ୍ତ ପରେ ଜଣାପଡ଼ିବ ବୋଲି ପୁଲିସ୍ କହିଛି। ଦମକଳବାହିନୀ, ପୁଲିସ ଆଦି ବିସ୍ଫୋରଣ ସ୍ଥଳରେ ପହଞ୍ଚି ଉଦ୍ଧାର କରୁଥିବା ସୂଚନା ରହିଛି।

ସ୍ଥାନୀୟ ଅଞ୍ଚଳରେ ବିଷାକ୍ତ ଗ୍ୟାସ ବାୟୁମଣ୍ଡଳରେ ମିଶି ଯାଇଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ କକୁଆ ଭୟ ଖେଳିଯାଇଛି।

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like