ଜାମ୍ମୁ ଓ କାଶ୍ମୀରରେ ଏନକାଉଣ୍ଟର, ଦୁଇ ହିଜବୁଲ ଆତଙ୍କବାଦୀ ନିହତ

ଜାମ୍ମୁ କାଶ୍ମୀର: ଜାମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଏନକାଉଣ୍ଟର ହୋଇଛି। ଅନନ୍ତନାଗ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚିଥିବା ଖବରପାଇ ପୁଲିସ୍‌, ସିଆରପିଏଫ ଓ ସେନା ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।

ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିବା ପରେ ଏହାର କଡ଼ା ଜବାବ ଦିଆଯାଇଥିଲା। ଏଥିରେ ଦୁଇଜଣ ହିଜବୁଲ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଘଟଣା ପରେ ଅନନ୍ତନାଗରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି।

 

You might also like