ପାର୍ଲାମେଣ୍ଟ Annexe ବିଲ୍ଡିଂରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ସ୍ଥିତ ପାର୍ଲାମେଣ୍ଟ୍‌ Annexe ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଆଜି ସକାଳେ ବିଲ୍ଡିଂର ୬ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

ଘଟଣାସ୍ଥଳରେ ୭ଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିନାହିଁ। ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ ହୋଇଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି…

You might also like