ଭୟଙ୍କର ଦୁର୍ଘଟଣା, କାର୍‌କୁ ଧକ୍କା ଦେଲା ବସ୍‌

କାନ୍ନାଉଜ୍‌: ଗୋଟିଏ ପଟେ ସାରା ଦେଶ ଏବେ ମହାମାରୀ କରୋନା ସହ ଲଢ଼ୁଥିବାବେଳେ ଅନ୍ୟପଟେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନ୍ନାଉଜ୍‌ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେ ଠାରେ ଏକ ଘରୋଇ ବସ୍‌ କାର୍‌କୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ବସ୍‌ଟି ବିହାର ଦରଭଙ୍ଗାରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିଲା।

ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

You might also like