ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ନୂଆଦିଲ୍ଲୀ: ଶତ୍ରୁକୁ ଏବେ କଡ଼ା ଜବାବ୍ ଦେବ ଭାରତର ନାରୀ ଶକ୍ତି। ଭାରତୀୟ ବାୟୁସେନାର ଲଢୁଆ ବିମାନ ରାଫେଲ୍ ଉଡ଼ାଇବେ ମହିଳା ପାଇଲଟ ଫ୍ଲାଇଟ୍ ଲେଫ୍ଟନାଣ୍ଟ ଶିବାଙ୍ଗୀ ସିଂ। ଏବେ ସେ ଅମ୍ବାଲା ଏୟାର୍‌ବେସ୍‌ରେ ଟ୍ରେନିଂ ନେଉଛନ୍ତି।

ଶିବାଙ୍ଗୀ ୨୦୧୭ ରେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ। ତା ପରଠାରୁ ସେ ମିଗ୍ 21 Bison ଲଢୁଆ ବିମାନ ଉଡାଇଛନ୍ତି। ରାଫେଲ ଉଡ଼ାଇବାକୁ ୧୦ ମହିଳା ପାଇଲଟଙ୍କୁ ସ୍ୱତନ୍ତ୍ର ଟ୍ରେନିଂ ଦିଆଯାଉଥିବା ବେଳେ ସେମାନଙ୍କ ମଧ୍ୟରେ ଶିବାଙ୍ଗୀ ଅଛନ୍ତି। ପ୍ରଥମେ ସେ ଏହି ସୌଭାଗ୍ୟ ଅର୍ଜନ କରିବାକୁ ଯାଉଛନ୍ତି।

ଫ୍ରାନ୍ସ ନିର୍ମିତ ଅତ୍ୟାଧୁନିକ ଫାଇଟର ଜେଟ୍ ରାଫେଲ୍ ବାୟୁସେନାରେ ସାମିଲ ହେବା ପରେ ଭାରତର ବାୟୁ ଶକ୍ତି ବହୁଗୁଣିତ ହୋଇଛି। ଚଳିତ ମାସ ଅମ୍ବାଲା ଏୟାର୍‌ବେସ୍‌ରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସେଭେଣ୍ଟିନ୍ ସ୍କ୍ୱାଡ୍ରନ୍ ଗୋଲଡେନ୍ ଆରୋଜ୍‌ରେ ଏହି ଦୁର୍ଦ୍ଦର୍ଷ ଫାଇଟର୍ ପ୍ଲେନ୍‌ ସାମିଲ ହୋଇଛି। ଚୀନ ସୀମାରେ ଉତ୍ତେଜନା ଚରମ ସୀମାରେ ଥିବା ବେଳେ ରାଫେଲ୍ ଜେଟ୍ ନିର୍ଣ୍ଣାୟକ ଭୂମିକା ନେବ ବୋଲି କୁହାଯାଉଛି।

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like