ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି। ଏ ନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ସୂଚନା ଦେଇଛନ୍ତି।
ମସ୍ତିଷ୍କରେ ରକ୍ତ ଜମାଟ ହୋଇଥିବା ଜଣାପଡ଼ିବା ପରେ ଅଗଷ୍ଟ ୧୦ରେ ପ୍ରଣବ ମୁଖାର୍ଜୀଙ୍କ ଅସ୍ତ୍ରୋପଚାର ହୋଇଥିଲା। ସେହି ଦିନ ଜଣାପଡ଼ିଥିଲା ଯେ, ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ବର୍ତ୍ତମାନ ତାଙ୍କୁ ଭେଣ୍ଟିଲେଟର୍ରେ ରଖାଯାଇଛି। ନୂଆଦିଲ୍ଲୀ ସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ୍ ରେଫରାଲ୍ ହସ୍ପିଟାଲ୍ରେ ତାଙ୍କର ଚିକିତ୍ସା ଚାଲିଛି।
The condition of former President Pranab Mukherjee remains unchanged this morning. He is deeply comatose with stable vital parameters and continues to be on ventilatory support: Army Research & Referral (R&R) Hospital, Delhi https://t.co/JPhaOOoEvL
— ANI (@ANI) August 13, 2020
କରୋନା ପଜିଟିଭ୍ ଜଣାପଡ଼ିବା ପରେ, ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ସେଲ୍ଫ୍ ଆଇସୋଲେସନ୍ରେ ରହିବା ସହ କରୋନା ଟେଷ୍ଟ୍ କରାଇବାକୁ ପ୍ରଣବ ମୁଖାର୍ଜୀ ପରାମର୍ଶ ଦେଇଥିଲେ।
On a visit to the hospital for a separate procedure, I have tested positive for COVID19 today.
I request the people who came in contact with me in the last week, to please self isolate and get tested for COVID-19. #CitizenMukherjee— Pranab Mukherjee (@CitiznMukherjee) August 10, 2020