ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଆଜି ସକାଳ ୬ଟା ୫୫ ମିନିଟରେ ହୃଦ୍‌ଘାତ ଯୋଗୁ ତାଙ୍କର ଦେହାନ୍ତ ହୋଇଛି। ଅସୁସ୍ଥ ଅନୁଭବ କରିବାରୁ ଗତ ଜୁନ୍‌ ୨୫ରେ ତାଙ୍କୁ ଦିଲ୍ଲୀର ଆର୍ମି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ଯଶୱନ୍ତ ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗଭୀର ଶୋକ ପ୍ରକାଶ କରିଛନ୍ତି। ଯଶୱନ୍ତ ସିଂ ଜୀ ଦେଶ ପାଇଁ ନିଷ୍ଠାପର ଭାବେ କାମ କରିଥିଲେ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଯଶୱନ୍ତ ସିଂଙ୍କ ପରଲୋକରେ ଶୋକ ପ୍ରକାଶ କରି ରାଜନାଥ ସିଂ ଟ୍ୱିଟ୍‌ କରି କହିଛନ୍ତି, ଦେଶ ପାଇଁ ତାଙ୍କର ଅତୁଳନୀୟ ଅବଦାନ ଚିର ସ୍ମରଣୀୟ ରହିବ।

ଯଶୱନ୍ତ ସିଂ, ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ପ୍ରତିରକ୍ଷା, ବୈଦେଶିକ ବ୍ୟାପାର ଓ ଅର୍ଥମନ୍ତ୍ରୀ ଭଳି ବହୁ ଗୁରତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳି ଥିଲେ।

୧୯୩୮ରେ ଯଶୱନ୍ତ ସିଂ ଜନ୍ମ ଗ୍ରହଣ କରିଥିଲେ। ଯୁବାବସ୍ଥାରେ ସେନାରେ ଯୋଗଦେଇ ସେ ଦେଶ ସେବା କରିଥିଲେ। ଏହାପରେ ରାଜନୀତିରେ ଯୋଗଦେଇ ବିଜେପିରେ ସାମିଲ ହୋଇଥିଲେ। ସେ ୧୯୮୦, ୧୯୮୬, ୧୯୯୮, ୧୯୯୯, ୨୦୦୪ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ୧୯୯୦, ୧୯୯୧, ୧୯୯୬ ଓ ୨୦୦୯ରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like