ଅନ୍‌ଲାଇନ୍‌ରେ ନିଲାମ ହେବ ମୋଦିଙ୍କୁ ମିଳିଥିବା ଉପହାର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳୁଥିବା ଉପହାର ସବୁର ନିଲାମ କରାଯିବ। ଆସନ୍ତା ସେପ୍ଟେମ୍ବର ୧୪ରୁ ଏହି ନିଲାମ ଆରମ୍ଭ ହେବ ଏବଂ ଏଥିରୁ ମିଳିବାକୁ ଥିବା ଟଙ୍କା ନମାମି ଗଙ୍ଗେ ପ୍ରକଳ୍ପକୁ ଯିବ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ କହିଛନ୍ତି। ଗତ ୬ ମାସରେ ମିଳିଥିବା ମୋଟ ୨,୭୭୨ଟି ଉପହାର ଏକ ଇ-ପୋର୍ଟାଲ ଜରିଆରେ ନିଲାମ କରାଯିବ।

ଆସନ୍ତା ଅକ୍ଟୋବର ୩ ତାରିଖରେ ଏହି ନିଲାମ ସରିବ। ଏଥିପାଇଁ ସର୍ବନିମ୍ନ ଦର ୨୦୦ ଟଙ୍କା ରଖାଯାଇଥିବାବେଳେ ସର୍ବାଧିକ ୨ ଲକ୍ଷ ଟଙ୍କା ରଖାଯାଇଛି। ଏହି ଉପହାରଗୁଡ଼ିକ ମଧ୍ୟରେ ଗଣେଶ, ହନୁମାନ, ଭୀମରାଓ ଆମ୍ବେଦକର, ଶିବାଜୀ ଓ ବିବେକାନନ୍ଦଙ୍କ ପ୍ରତିକୃତି ଏବଂ ୫୭୬ଟି ଶାଲ, ୯୬୪ଟି ଅଙ୍ଗବସ୍ତ୍ର, ୮୮ଟି ପଗଡ଼ି ଏବଂ ଅନ୍ୟ କିଛି ସାମଗ୍ରୀ ରହିଛି।

ଏଥିମଧ୍ୟରେ ଏକ ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁହଁ ଥିବା ଏକ ସିଲ୍କ ପ୍ରିଣ୍ଟ ରହିଛି। ଏହାର ବେସିକ୍‌ ମୂଲ୍ୟ ୨.୫ ଲକ୍ଷ ରଖାଯାଇଛି। ଚଳିତ ବର୍ଷ ଫେବୃଆରୀରେ ମୋଦିଙ୍କୁ ମିଳିଥିବା ୧,୮୦୦ ମେମେଣ୍ଟୋ ବିକ୍ରି କରାଯାଇଥିଲା।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like