୨ ସମ୍ବେଦନଶୀଳ ରାଜ୍ୟର କରୋନା ସ୍ଥିତି ବୁଝିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ଗୁଜରାଟ ଓ ମହାରାଷ୍ଟ୍ରର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଛନ୍ତି। ଦୁଇ ରାଜ୍ୟରେ କରୋନା ସ୍ଥିତି ଓ ଏହାର ମୁକାବିଲା ନେଇ ଆଲୋଚନା ହୋଇଛି। ମହାରାଷ୍ଟ୍ରରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବା ଦେଶ ପାଇଁ ଚିନ୍ତାର କାରଣ ବୋଲି ହର୍ଷବର୍ଦ୍ଧନ କହିଛନ୍ତି।

ରାଜ୍ୟର ୩୬ଟି ଜିଲ୍ଲାରୁ ୩୪ଟି ଜିଲ୍ଲା କରୋନା ପ୍ରଭାବିତ ହୋଇଛି ଏଯାଏ ୧୪ ହଜାର ୫୪୧ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୫୮୩ ଜଣଙ୍କ ମୃତ୍ୟୁ ହୋଇଛି। ସଂକ୍ରମଣ ସ୍ଥିତିକୁ ଦେଖି ରାଜ୍ୟରେ ହଜାରେ ୩୬ଟି କଣ୍ଟେନମେଣ୍ଟ ଜୋନ୍ କରାଯାଇଛି ବୋଲି ସେ କହିଛନ୍ତି।

ମୁମ୍ବାଇ, ପୁଣେ, ଥାଣେ, ନାଶିକ, ନାଗପୁର, ଅଉରଙ୍ଗାବାଦ ଓ ଶୋଲାପୁର ସହର ରାଜ୍ୟ ପାଇଁ ଚିନ୍ତାର କାରଣ ହୋଇଛି। ଅନ୍ୟପକ୍ଷରେ ଅନେକ ଗୁଡ଼ିଏ ଜିଲ୍ଲାରେ ସଂକ୍ରମଣ ହ୍ରାସ ପାଇଛି ଗଣ୍ଡିଆ, ଉସମାନାବାଦ ଜିଲ୍ଲାରେ ଗତ ୨୮ ଦିନରେ କୌଣସି ପଜିଟିଭ୍ ରିପୋର୍ଟ ଆସିନି। ବିଡ୍‌ରେ ୨୧ ଦିନ ହେଲାଣି ରିପୋର୍ଟ ନାହିଁ।

ସେହିପରି ଗଡ଼ଚିରୋଲି ଓ ବାର୍ଧା ଜିଲ୍ଲା କରୋନାମୁକ୍ତ ହୋଇ ରହିଛି। ଏହାଛଡ଼ା କରୋନା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ଉଦ୍ଧବ ଥାକରେଙ୍କ ସହ ଆଲୋଚନା କରି ସହାୟତା ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

You might also like