କୁକୁର ବନ୍ଧା ଚେନ୍‌ରେ ପତ୍ନୀଙ୍କ ଗଳା ଚିପି ହତ୍ୟା କଲେ ସ୍ୱାମୀ, ୨ ମାସ ତଳେ ହୋଇଥିଲା ଲଭ୍‌ ମ୍ୟାରେଜ୍

ଭୋପାଳ: ପ୍ରଥମେ ଫ୍ରେଣ୍ଡ୍‌ଶିପ୍‌ ଓ ତା’ପରେ ଲଭ୍‌ ମ୍ୟାରେଜ୍, ଶେଷରେ ବିବାହର ୨ ମାସ ପରେ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ। ମଧ୍ୟପ୍ରଦେଶ ଇନ୍ଦୋରରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି।

ଲକ୍‌ଡାଉନ୍‌ ସମୟରେ ଜଣେ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଫ୍ରେଣ୍ଡ୍‌ଶିପ୍‌ ହୋଇଥିଲା। ଏହାପରେ ଅଗଷ୍ଟରେ ଉଭୟଙ୍କର ବିବାହ ହୋଇଥିଲା। ତେବେ ବିବାହର ମାତ୍ର ୨ ମାସ ପରେ ଅର୍ଥାତ୍‌ ଅକ୍ଟୋବରରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଆରମ୍ଭ ହୋଇଥିଲା। ମଙ୍ଗଳବାର ଦିନ ଏହି ବିବାଦ ଏତେ ଉଗ୍ରରୂପ ଧାରଣ କରିଥିଲା ଯେ ସ୍ୱାମୀ ତାଙ୍କ ପତ୍ନୀଙ୍କୁ ହତ୍ୟା କରିଥିଲେ ଓ ଏହାପରେ ପୋଲିସ୍‌ ନିକଟରେ ଆତ୍ମସମର୍ପଣ କରିଥିଲେ।

ଇନ୍ଦୋରର ସଂୟୋଗୀତାଗଞ୍ଜ ଥାନା ଅନ୍ତର୍ଗତ ଜାଭରା କମ୍ପାଉଣ୍ଡ୍‌ ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହକୁ ନେଇ ସ୍ୱାମୀ ଛୁରୀରେ ପତ୍ନୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ସମ୍ପୃକ୍ତ ବ୍ୟକ୍ତି ଜଣକ ପ୍ରଥମେ କୁକୁର ବନ୍ଧା ଚେନ୍‌ରେ ପତ୍ନୀଙ୍କ ଗଳା ଚିପି ହତ୍ୟା କରିବାକୁ ପ୍ରୟାସ କରିଥିଲେ। ଏଥିରେ ସେ ବିଫଳ ହେବାରୁ ଛୁରୀ ସାହାଯ୍ୟରେ ୨୨ ବର୍ଷୀୟା ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଅଭିଯୁକ୍ତ ସ୍ୱାମୀ ନିଜେ ପୋଲିସ୍‌ ନିକଟରେ ଆତ୍ମସମର୍ପଣ କରିଥିଲେ।

ସୂଚନା ଅନୁସାରେ, ଯୁବତୀ ଜଣକ ସମ୍ପୃକ୍ତ ବ୍ୟକ୍ତିଙ୍କ କମ୍ପାନୀରେ କାମ କରୁଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ଭଲ ପାଇବା ଆରମ୍ଭ ହୋଇଥିଲା ଓ ଅଗଷ୍ଟରେ ବିବାହ କରିଥିଲେ। ବିବାହର ମାତ୍ର ୨ ମାସ ପରେ ବ୍ୟକ୍ତି ଜଣକ ପତ୍ନୀଙ୍କୁ ହତ୍ୟା କରିଥିଲେ।

ପୋଲିସ୍‌ ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଇବା ସହ ସବୁ ଦିଗକୁ ନେଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଦେଶବ୍ୟାପୀ ଆରଟିପିସିଆର ଟେଷ୍ଟର ସମାନ ମୂଲ୍ୟ ଧାର୍ଯ୍ୟ କର: ସୁପ୍ରିମ୍‌କୋର୍ଟ

ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା ବ୍ୟାପିବ କି କରୋନା ସଂକ୍ରମଣ ? ସାମ୍ନାକୁ ଆସିଲା ନୂଆ ତଥ୍ୟ

ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ଖୁବ୍‌ ଶୀଘ୍ର ବଜାରରେ ଉପଲବ୍ଧ ହେବ ‘ସ୍ପୁଟନିକ୍-ଭି’

ଜୀବନକୁ ବାଜି ଲଗାଇ ଚାରି ଜଣଙ୍କୁ ବଞ୍ଚାଇଲା ଗର୍ଭବତୀ କୁକୁର

ଶକ୍ତି ଗୋଟାଉଛି ନିଭାର, ୧୨୦ କିଲୋମିଟର ବେଗରେ ବହିବ ପବନ

ପୁଣି ୪୩ ଚାଇନିଜ୍ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର

କରୋନା ଟିକା ନେଇ କ’ଣ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ?

ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

ସୋନୁ ସୁଦ୍‌ଙ୍କର ଅଜବ୍‌ ଫ୍ୟାନ୍‌, ଦେଖା କରିବାକୁ ସାଇକେଲ୍‌ରେ ବିହାରରୁ ମୁମ୍ୱାଇ ଯାତ୍ରା କରିବେ

ମାଓବାଦୀଙ୍କ ହାତକୁ ସୁରକ୍ଷାକର୍ମୀଙ୍କ ବନ୍ଧୁକ ଆସିଲା କେମିତି ?

You might also like