ପରମାଣୁ ଯୁଦ୍ଧ ଧମକ ଦେଲେ ଇମ୍ରାନ

ଇସ୍‌ଲାମାବାଦ : କାଶ୍ମୀର ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ଠାରୁ ନିରାଶ ହେବା ପରେ ବାଉଳା ହୋଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ପରମାଣୁ ଯୁଦ୍ଧ ଧମକ ଦେଇଛନ୍ତି।

ଇମ୍ରାନ କହିଛନ୍ତି, ଉଭୟ ଦେଶ ପାଖରେ ପରମାଣୁ ଅସ୍ତ୍ର ଅଛି। ଆଉ ପରମାଣୁ ଯୁଦ୍ଧ ହେଲେ ସାରା ବିଶ୍ୱ ପ୍ରଭାବିତ ହେବ। ପରମାଣୁ  ଯୁଦ୍ଧରେ କେହି ଜିତିବେନି। ହେଲେ ସମସ୍ତେ ପ୍ରଭାବିତ ହେବେ। ତେଣୁ ବୃହତ୍ ଶକ୍ତିମାନଙ୍କର ବର୍ତ୍ତମାନ କ୍ଷେତ୍ରରେ ବଡ଼ ଭୂମିକା ରହିଥିବା କହିଛନ୍ତି ଇମ୍ରାନ।

ସେପଟେ ଆଜି ଜି-୭ ସମ୍ମିଳନୀ ଅବସରରେ ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦୀର୍ଘ ସମୟ ଧରି କାଶ୍ମୀର ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ପୂର୍ବରୁ କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ଆଗ୍ରହ ଦେଖାଉଥିବା ଟ୍ରମ୍ପ ବୈଠକ ପରେ ୟୁ-ଟର୍ଣ୍ଣ ନେଇଛନ୍ତି।

ଜମ୍ମୁ-କାଶ୍ମୀରରେ ଭାରତ ସରକାର ଗ୍ରହଣ କରିଥିବା ପଦକ୍ଷେପକୁ ସେ ପ୍ରଶଂସା କରିବା ସହ ଏହା ନୂଆଦିଲ୍ଲୀ ଓ ପାକିସ୍ତାନ ମଧ୍ୟରେ ଥିବା ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି କହିଛନ୍ତି।

ଆହୁରି ପଢ଼ନ୍ତୁ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

You might also like