ଭାରତ-ଚୀନ ସଂଘର୍ଷ; ପ୍ରତିକ୍ରିୟାରେ ଏମିତି କହିଲା ବୈଦେଶିକ ବ୍ୟାପାର ମନ୍ତ୍ରାଳୟ

ନୂଆଦିଲ୍ଲୀ: ଗଲଓ୍ୱାନ ଉପତ୍ୟକାରେ ଭାରତୀୟ-ଚୀନ ସେନା ମଧ୍ୟରେ ହିଂସାତ୍ମକ ସଂଘର୍ଷକୁ ନେଇ ପ୍ରତିକ୍ରିୟା ରଖିଛି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ। ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ପୂର୍ବ ଲଦାଖ ସୀମା ଅଞ୍ଚଳରେ ଦେଖାଦେଇଥିବା ଉତ୍ତେଜନା ହ୍ରାସ ଲାଗି ଭାରତ ଓ ଚୀନ୍ ଉଭୟ ସାମରିକ ଏବଂ କୂଟନୈତିକ ସ୍ତରରେ ଆଲୋଚନା ଜାରି ରଖିଛନ୍ତି।

ଗତକାଲି ରାତିରେ ଚୀନ୍ ସେନା ଏକପାଖିଆ ଭାବେ ପ୍ରକୃତ ନିୟନ୍ତ୍ରଣ ରେଖା-LACର  ଯଥା ସ୍ଥିତିକୁ  ପରିବର୍ତ୍ତନ କରିବାକୁ ଚେଷ୍ଟା କରିଥିଲା। ଏହାକୁ ଭାରତୀୟ ସେନା ତୀବ୍ର ବିରୋଧ କରିବାରୁ ଉଭୟ ପକ୍ଷ ମଧ୍ୟରେ ସଂଘର୍ଷ ଘଟିଥିଲା। ପରେ ଏହା ଉଗ୍ରରୂପ ନେବା ସହ ଦୁଇ ପକ୍ଷ ମଧ୍ୟରେ ହିଂସାତ୍ମକ ସଂଘର୍ଷ ହୋଇଥିଲା। ଏଥିରେ ଉଭୟ ପକ୍ଷର ସୈନ୍ୟମାନେ ମୃତାହତ ହୋଇଛନ୍ତି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ କହିଛି। ଯଦି  ଉଚ୍ଚସ୍ତରରେ ଚାଲିଥିବା ରାଜିନାମାକୁ ଚୀନ୍ ପକ୍ଷ ସମ୍ମାନ ଦେଇଥାନ୍ତା ତେବେ ଏଭଳି ସ୍ଥିତି ଉପୁଜି ନ ଥାନ୍ତା ବୋଲି ମନ୍ତ୍ରାଳୟ କହିଛି।

ଏଥିସହିତ ମନ୍ତ୍ରାଳୟ ପକ୍ଷରୁ ଜାରି ହୋଇଥିବା ବିବୃତ୍ତିରେ କୁହାଯାଇଛି ଯେ ଭାରତ ସର୍ବଦା LACର ଭାରତୀୟ ପଟରେ ନିଜର କାର୍ଯ୍ୟକଳାପ ଚଳାଇ ଆସିଛି। ଚୀନ୍ ମଧ୍ୟ ତାଙ୍କ ପକ୍ଷରେ ଏହା କରୁ ବୋଲି ଆମେ ଚାହୁଁ।  ଭାରତ ସବୁବେଳେ ସୀମାରେ ଶାନ୍ତି ଓ ସୌହାର୍ଦ୍ଦ ବଜାୟ ରଖିବା ସହ ଆଲୋଚନା ଜରିଆରେ ମତଭେଦର ସମାଧାନ କରିବା ଉପରେ ଗୁରୁତ୍ୱ ଦେଇ ଆସୁଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଗତକାଲି ଉଭୟ ଦେଶର ସୈନ୍ୟ ଲଦାଖ୍‌ର ଗଲଓ୍ୱାନ୍‌ରେ ମୁହାଁମୁହିଁ ହୋଇଥିଲେ। ଟେକାପଥର ମାଡ଼ ସଙ୍ଗକୁ ପରସ୍ପରକୁ ଲୁହା ରଡ୍‌ରେ ଆକ୍ରମଣ କରିଥିଲେ। ଏଥିରେ ୩ ଭାରତୀୟ ଯବାନ ସହିଦ ହୋଇଥିବାବେଳେ ୫ ଚୀନ୍ ସୈନ୍ୟଙ୍କ ମୃତ୍ୟୁ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଏବଂ ତିନି ବାହିନୀ ମୁଖ୍ୟଙ୍କ ସହ ଜରୁରୀ ବୈଠକ କରି ପ୍ରଧାନମନ୍ତ୍ରୀଙ୍କୁ ବି ଘଟଣା ସଂପର୍କରେ ଅବଗତ କରାଇଛନ୍ତି।

ଅନ୍ୟପକ୍ଷରେ ଘଟଣାକୁ ନେଇ ଚୀନ୍ ଓଲଟା ଭାରତ ଉପରେ ଦୋଷ ଲଦିଛି। ସେପଟେ ଭାରତ ଚୀନ ସୀମା ସଂଘର୍ଷରେ ସହିଦ ହୋଇଥିବା  ୩ ଭାରତୀୟ ଯବାନଙ୍କ ପରିଚୟ ମିଳିଛି। ବିହାର ରେଜିମେଣ୍ଟର କର୍ଣ୍ଣେଲ ବି. ସନ୍ତୋଷ ବାବୁ ସହିଦ ହୋଇଛନ୍ତି। ଏହାକୁ ନେଇ ତେଲେଙ୍ଗାନା ସୂର୍ଯ୍ୟାପେଟାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସେପଟେ ତାମିଲନାଡୁର ହାବିଲଦାର ପାଲାନି ଓ ଝାଡ଼ଖଣ୍ଡର ସିପାହୀ କୁନ୍ଦନ ଓଝା ସହିଦ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ସୋମବାରଠାରୁ ଆରମ୍ଭ ହେବ ‘କୋଭିସିଲ୍ଡ’ର ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍

ଏଣିକି ଅଧଘଣ୍ଟାରେ ହେବ କୋଭିଡ୍ ଟେଷ୍ଟ

ରାଜ୍ୟସଭାରେ ପାରିତ ହେଲା କୃଷି ବିଲ୍

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଧାର୍ଯ୍ୟ ସମୟ ଆଗରୁ ଶେଷ ହୋଇପାରେ ମୌସୁମୀ ଅଧିବେଶନ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

You might also like