ଆଜି ଦେଶରେ ୪୮,୬୬୧ କରୋନା ଆକ୍ରାନ୍ତ ଚିହ୍ନଟ, ୭୦୫ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ; ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ୪୮ ହଜାର ୬୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଉ ୭୦୫ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଯାହାପରେ ଏବେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨ ହଜାର ୬୩କୁ ବୃଦ୍ଧି ପାଇଛି।

ସେହିପରି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ଏବେ ଦେଶରେ ୪ ଲକ୍ଷ ୬୭ ହଜାର ୮୮୨ଟି ଆକ୍ଟିଭ୍‌ କେସ୍ ଥିବା ବେଳେ ଏବେ ଯାଏ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୮୫ ହଜାର ୫୭୬ ଜଣ।

ତେବେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। କେବଳ ମହାରାଷ୍ଟ୍ରରୁ ୩ ଲକ୍ଷ ୬୬ ହଜାର ୩୬୮ ଆକ୍ରାନ୍ତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୩ ହଜାର ୩୮୯କୁ ବୃଦ୍ଧି ହୋଇଛି।

ସେହିପରି ରାଜଧାନୀ ଦିଲ୍ଲୀରେ ୩ ହଜାର ୮୦୬, ତାମିଲନାଡୁରେ ୩ ହଜାର ୪୦୯ ଜଣ ଏବଂ ଗୁଜରାଟରେ ୨ ହଜାର ୩୦୦ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଆଜି ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୫୯  ରହିଛି। ୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୮୯ରେ ପହଞ୍ଚିଛି।

ଦେଶର ମହାରାଷ୍ଟ୍ର ଭଳି ଓଡ଼ିଶାରେ ଗଞ୍ଜାମ ଜିଲ୍ଲା କରୋନାରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି। ଏହି ଜିଲ୍ଲାରେ ଆଜି ସର୍ବାଧିକ ୪୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ କେବଳ ଗଞ୍ଜାମରେ ୮,୬୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେଣି। ସେଥିମଧ୍ୟରୁ ଆକ୍ଟିଭ୍‌ କେଶ୍‌ ୩,୧୮୯ ଥିବା ବେଳେ ସୁସ୍ଥ ହୋଇଛନ୍ତି ୫,୪୦୪ ଜଣ। ସେହିଭଳି ମୃତ୍ୟୁ ସଂଖ୍ୟା ୭୯ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

You might also like