ଦିନକରେ ୫୪, ୭୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ; ୮୫୩ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଏବେ କଥା ଆଉ ୩୦ ହଜାର ୪୦ ହଜାରରେ ନାହିଁ, ପ୍ରାୟ ସବୁଦିନ ଦେଶରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ବି ଦେଶରେ ଦିନକରେ ୫୪, ୭୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ୮୫୩ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ନୂଆ ମୃତ୍ୟୁ ସଂଖ୍ୟାକୁ ମିଶାଇଲେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪କୁ ବୃଦ୍ଧି ହୋଇଛି।

ଆଜି ଚିହ୍ନଟ ହୋଇଥିବା ନୂଆ ୫୪, ୭୩୬ଜଣ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା କେସ୍‌ ୧୭ ଲକ୍ଷ ଟପିଛି। ସେଥିମଧ୍ୟରୁ ଦେଶରେ ଆକ୍ଟିଭ୍ କେସ୍- ୫ଲକ୍ଷ ୬୭ହଜାର ୭୩୦ ରହିଥିବା ବେଳେ ୧୧ ଲକ୍ଷ ୪୫ହଜାର ୬୨୯ଜଣ ସୁସ୍ଥ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା କେଶ୍‌ରେ ଦିଲ୍ଲୀ ୧୨ ନମ୍ବର ସ୍ଥାନରେ ରହିଥିବା ଦିଲ୍ଲୀ ସ୍ୱାସ୍ତ୍ୟମନ୍ତ୍ରୀ ସତୈନ୍ତ୍ର ଜୈନ୍‌ କହିଛନ୍ତି। ସେହିଭଳି ମହାରାଷ୍ଟ୍ରରେ ଆଜି ୯,୬୦୧ ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଶନିବାର ସୁଦ୍ଧା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧, ୭୧୯ ରହିଛି।  ମହାରାଷ୍ଟ୍ରରେ ଆଜି ୩୨୨ ଜଣଙ୍କର ମୃତ୍ୟୁ ହୋଇଛି। କେବଳ ମୁମ୍ବାଇରେ ୪୫ ଜଙ୍କର ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫, ୩୧୬ରେ ପହଞ୍ଚିଛି।

 

 

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ବିଶ୍ୱ ପାଇଁ ସତର୍କ ଘଣ୍ଟି; ଚୀନ୍‌ରେ ମାତୁଛି ଆଉ ଏକ ଭୟଙ୍କର ଭୂତାଣୁ, ଗଲାଣି ୭ ଜୀବନ ୬୦ ଆକ୍ରାନ୍ତ

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ସରିଲା ଅପେକ୍ଷା, ସେପ୍ଟେମ୍ବରରେ ଆସିବ କରୋନା ଭ୍ୟାକସିନ୍!

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

୩ ଦିନ ପାଇଁ ସଟ୍‌ଡାଉନ୍‌ ହେଲା ଏହି ଜିଲ୍ଲା

ଦେଶରେ କରୋନା ସ୍ଥିତି; ୨୪ ଘଣ୍ଟାରେ ୮୮୬ ମୃତ

ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ

ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଏଥର ଖୋର୍ଦ୍ଧାରୁ ସର୍ବାଧିକ

You might also like