ଜୁଲାଇ ୧୧ତାରିଖରୁ ପୁଣି ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ: ଆସନ୍ତା ଜୁଲାଇ ୧୧ତାରିଖରୁ ପୁଣି ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ସେବା। ଭାରତରୁ ଆମେରିକା ମଧ୍ୟରେ ଜୁଲାଇ ୧୭ତାରିଖ ଭିତରେ ଚଳାଚଳ କରିବ ପ୍ରାୟ ୩୬ଟି ଏୟାର ଇଣ୍ଡିଆ ବିମାନ। ବନ୍ଦେ ଭାରତ ମିଶନ୍‌ରେ ପ୍ରବାସୀ ଭାରତୀୟଙ୍କୁ ସ୍ୱଦେଶକୁ ଫେରାଇ ଅଣାଯିବ।

ଏୟାର ଇଣ୍ଡିଆ ୱେବସାଇଟରୁ କାଲି ରାତି ୮ଟା ପରଠୁ ଟିକେଟ୍ ଉପଲବ୍ଧ ହେବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଏୟାର ଇଣ୍ଡିଆ। ଏହା ପୂର୍ବରୁ ମଧ୍ୟ ବିଭିନ୍ନ ପର୍ଯ୍ୟାୟରେ ବନ୍ଦେ ଭାରତ ମିଶନରେ ବିଭିନ୍ନ ଦେଶରୁ ପ୍ରବାସୀ ଭାରତୀୟଙ୍କୁ ଅଣାଯାଇଥିଲା। ମହାମାରୀ କରୋନା କଟକଣା ପାଇଁ ବର୍ତ୍ତମାନ ଅନ୍ତର୍ଜାତୀୟ ସ୍ତରରେ ବିମାନ ସେବା ବନ୍ଦ ରହିଛି।

କୋଭିଡ-୧୯ ମହାମାରୀ କାରଣରୁ ଭାରତୀୟମାନେ ଆମେରିକାରେ ଫସି ରହିଛନ୍ତି। ଆମେରିକାର ପରିବହନ ବିଭାଗ ଏୟାର ଇଣ୍ଡିଆକୁ ଭାରତ ଏବଂ ଆମେରିକା ମଧ୍ୟରେ କୌଣସି ଚାଟାର୍ଡ ବିମାନ ଚଳାଚଳ ପାଇଁ ରୋକ ଲଗାଇଥିଲା। ଏହା ପୂର୍ବରୁ ଅନୁମୋଦନ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like