ଜାମ୍ମୁ ଓ କାଶ୍ମୀରରେ ଏନକାଉଣ୍ଟର ଜାରି

ଶ୍ରୀନଗର: ତିନିଦିନ ହେବ ଜାମ୍ମୁ ଓ କାଶ୍ମୀରରେ ଏନକାଉଣ୍ଟର ଜାରି ରହିଛି। ଅନନ୍ତନାଗ ଅଂଚଳରେ ଏହି ଏନକାଉଣ୍ଟର ହୋଇଛି। ଆତଙ୍କବାଦୀମାନେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଅପରେସନ୍‌ ଆରମ୍ଭ ହୋଇଥିଲା। ଏହି ଅପରେସନ୍‌ରେ ଦୁଇଜଣ ଲସ୍କର ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି।

ଗତକାଲି ଶ୍ରୀନଗରରେ ମଧ୍ୟ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏଥିରେ ଜଣେ ଯବାନ୍‌ ସହିଦ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଥିଲେ। ସୋମବାର କୁଲଗାମ ଅଂଚଳରେ ହୋଇଥିବା ଏନକାଉଣ୍ଟରରେ ତିନିଜଣ ଲସ୍କର ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା।

You might also like