ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

କୋଲକାତା: ଅକ୍ଟୋବର ୧ ତାରିଖରୁ ପଶ୍ଚିମବଙ୍ଗରେ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆରମ୍ଭ ହେବ। ଏନେଇ ଶନିବାର ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୁଣିଥରେ ସାଧାରଣ ଧାରାକୁ ଫେରିଆସିବା ପାଇଁ ଅକ୍ଟୋବର ୧ ତାରିଖରୁ ପଶ୍ଚିମବଙ୍ଗରେ କେତେକ ମନୋରଞ୍ଜନ ଧର୍ମୀ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଅନୁମତି ମିଳିବ ବୋଲି ମମତା କହିଛନ୍ତି।

ଏହି ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ ଭିତରେ ରହିଛି, ଯାତ୍ରା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ, ସିନେମା ଏବଂ ଶୋ ସମ୍ପର୍କିତ ମ୍ୟୁଜିକ, ଡାନ୍ସ ଏବଂ ମ୍ୟାଜିକ ଶୋ।  ତେବେ ଏଥିରେ ମାତ୍ର ୫୦ ଜଣ କିମ୍ବା ତା ଠାରୁ କମ୍‌ ଉପସ୍ଥିତିକୁ ଅନୁମତି ମିଳିବ। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମମତା ବାନାର୍ଜୀ। ତେବେ ଏଥିପାଇଁ କରୋନା ସମ୍ପର୍କିତ ସମସ୍ତ ନିୟମାବଳି ମାନିବାକୁ ପଡ଼ିବ। ପରସ୍ପର ଠାରୁ ଦୂରତା ରଖିବା ସହିତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ।

ସୂଚନା ଥାଉକି, ପଶ୍ଚିମବଙ୍ଗରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୭୨୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩,୧୮୧ ସଂକ୍ରମିତ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨, ୪୪,୨୪୦ରେ ପହଞ୍ଚିଛି।

 

 

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like