ସିନ୍ଧିଆଙ୍କ ପିଏଙ୍କୁ କରୋନା: ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ସଂସ୍ପର୍ଶରେ ବି ଆସିଥିଲେ

ଭୋପାଳ: ବିଜେପି ରାଜ୍ୟସଭା ସାଂସଦ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ବ୍ୟକ୍ତିଗତ ସହାୟକ(ପର୍ସନାଲ ଆସିଷ୍ଟାଣ୍ଟ) ଅନିଲ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ରିପୋର୍ଟ ଆସିବା ପୂର୍ବରୁ ଅନିଲ୍‌ ସିନ୍ଧିଆଙ୍କ ସହିତ ବିଭିନ୍ନ ସ୍ଥାନକୁ ଯାଇଛନ୍ତି। କେବଳ ସିନ୍ଧିଆ ନୁହଁନ୍ତି, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସଂସ୍ପର୍ଶରେ ବି ଆସିଛନ୍ତି ଅନୀଲ।

ସୂଚନାନୁସାରେ, ଜୁଲାଇ ୨ ତାରିଖରେ ସିନ୍ଧିଆ ବିଧାୟକଙ୍କୁ ଭେଟିବା ସହିତ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲେ।  ଏହି ସମାରୋହରେ ଅନୀଲ ମଧ୍ୟ ତାଙ୍କ ସହିତ ଉପସ୍ଥିତ ଥିଲେ।

ତେବେ ବିଜେପି ସୂତ୍ରରୁ ମିଳିଥିବା ଖବର ଅନୁସାରେ, କେଉଁମାନଙ୍କୁ ସଂଗରୋଧରେ ରଖାଯିବ ସେନେଇ ଖୋଜା ଚାଲିଛି ବୋଲି ବିଜେପି କହିଛି।

ସୂଚନା ଥାଉକି, ମଧ୍ୟପ୍ରଦେଶରେ ୧୫,୨୮୪ ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫୭୯ ଜଣ ସୁସ୍ଥ ହୋଇଥିବା ବେଳେ ୬୧୭ ଜଣଙ୍କର ମୃତ୍ୟୁ ହୋଇଛି। ୩,୦୮୮ ଆକ୍ଟିଭ୍‌ କେସ୍‌ ରହିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like