କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦ୍ୟୁରପ୍ପା(୭୭)‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

ରିପୋର୍ଟ ପଜିଟିଭ୍ ପରେ ତାଙ୍କୁ ମାନିପାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ସହ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ସେମାନଙ୍କୁ ସେଲ୍‌ଫ୍‌ କ୍ୱାରେଣ୍ଟିନ୍‌ରେ ରହିବାକୁ ସେ ଅନୁରୋଧ କରିଛନ୍ତି।

ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି, ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ୟେଦ୍ୟୁରପ୍ପା‌ କହିଛନ୍ତି।

ସୂଚନାଥାଉ କି, ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ତାମିଲନାଡୁ ରାଜ୍ୟପାଳ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା।

ଆହୁରି ପଢ଼ନ୍ତୁ

You might also like