କେରଳ ବିମାନ ଦୁର୍ଘଟଣା; ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା

କୋଝିକୋଡ଼େ: କେରଳ କୋଝିକୋଡ଼େର କରିପୁର ବିମାନ ବନ୍ଦରରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ଘଟଣାରେ ମୃତକଙ୍କ ପରିବାର ପାଇଁ କ୍ଷତିପୂରଣ ଘୋଷଣା କଲେ କେରଳ ସରକାର। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି କେରଳର ପିନରାୟୀ ବିଜୟନ ସରକାର। ଅନ୍ୟପଟେ କେରଳ କୋଝିିକୋଡ଼େ ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି AAIB, DGCA ଓ ବିମାନ ନିରାପତ୍ତା ଟିମ୍।

ସୂଚନାନୁସାରେ, DGCA ଗତବର୍ଷ ଜୁଲାଇ ୧୧ ତାରିଖ ଏୟାରପୋର୍ଟର ସୁରକ୍ଷା ନେଇ ଡାଇରେକ୍ଟରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ଗତବର୍ଷ ଜୁଲାଇ ୨ ତାରିଖ ସାଉଦୀ ଆରବରୁ କୋଝିକୋଡ ଆସୁଥିବା ଏୟାର ଇଣ୍ଡିଆ ଏକ୍ସପ଼୍ରେସ ବିମାନର ଟେଲ ଷ୍ଟ୍ରାଇକ୍‌କୁ ପରେ   DGCA  ନିରୀକ୍ଷଣ କରିଥିଲା। ଏଥିସହିତ ରନ୍‌ୱେରେ ଫାଟ, ପାଣି ଜମୁଥିବା ତଥା ଅଧିକ ରବର ଜମା ରହିବା ନେଇ ମଧ୍ୟ ଚେତାବନୀ ଦେଇଥିଲେ।

ଚନାଥାଉ କି, ଗତକାଲି ଏୟାର ଇଣ୍ଡିଆର IX-1344 ବିମାନ ଦୁବାଇରୁ ବନ୍ଦେ ଭାରତ ମିଶନରେ ୧୮୪ ଜଣ ଯାତ୍ରୀଙ୍କୁ ଧରି କୋଝିକୋଡକୁ ଆସୁଥିଲା। କୋଝିିକୋଡ଼ଠାରେ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି ।

 

ଆହୁରି ପଢ଼ନ୍ତୁ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ହାଥରଶ ଗଣଦୁଷ୍କର୍ମ ଘଟଣା; ADG କହିଲେ, ଜବରଦସ୍ତି ହୋଇନଥିଲା ଅନ୍ତିମ ସଂସ୍କାର

ବାବ୍ରୀ ମସ୍‌ଜିଦ୍ ରାୟ ଶୁଣିବା ପରେ କ’ଣ କହିଲା କଂଗ୍ରେସ ?

ପୀଡିତାଙ୍କ ସହ ଦୁଷ୍କର୍ମ ହୋଇନାହିଁ କି ତାଙ୍କର ଜିଭ କଟାଯାଇ ନାହିଁ -ପୋଲିସ

‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

ଅପରାଧର ବର୍ଷ ୨୦୧୯: ପ୍ରତ୍ୟେକ ଦିନ ୮୭ଟି ଦୁଷ୍କର୍ମ ମାମଲା ରେକର୍ଡ

ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

୨ ବର୍ଷ ତଳେ ନିଖୋଜ ଥିଲେ ମହିଳା, ଜୀବିତ ଅବସ୍ଥାରେ ସମୁଦ୍ରରୁ ଉଦ୍ଧାର ହେଲେ

You might also like