ଭୂସ୍ଖଳନ: ମାଟି ଅତଡ଼ା ତଳୁ ୬ ମାସ ଶିଶୁର ମୃତଦେହ ଉଦ୍ଧାର, ମୃତ୍ୟୁ ସଂଖ୍ୟା ୪୩କୁ ବୃଦ୍ଧି

ଇଡୁକ୍କି: ଲଗାଣ ବର୍ଷା ଯୋଗୁ କେରଳର ଇଡୁକ୍କି ଜିଲ୍ଲା ରାଜମାଲାରେ ହୋଇଥିବା ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୪୩କୁ ବୃଦ୍ଧି ପାଇଛିି। ଗତକାଲି ୧୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତକଙ୍କ ମଧ୍ୟରେ ଜଣେ ୬ ମାସର ଶିଶୁ ଅଛି।

ପ୍ରତିକୂଳ ପାଗ ସତ୍ତ୍ୱେ NDRF , ଅଗ୍ନିଶମ ବାହିନୀ ଓ ଅନ୍ୟ ରେସ୍କ୍ୟୁ ଟିମ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେସ୍କ୍ୟୁ ଟିମ୍‌ଙ୍କ ସୂଚନା ଅନୁଯାୟୀ, ଭୂସ୍ଖଳନ ଘଟିଥିବା ସ୍ଥାନରେ ୨୦ଟି ଘର ଥିଲା। ଯେଉଁଥିରେ ପ୍ରାୟ ୮୦ ଲୋକ ରହୁଥିଲେ। ମୃତକଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ ଅଞ୍ଚଳରେ ଥିବା ଏକ ଚା’ ବଗିଚାର କର୍ମଚାରୀ।

୧୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କିଛି ଲୋକ ଏବେବି ମାଟି ଅତଡ଼ା ତଳେ ଫସି ହୋଇ ରହିଥିବା ଜଣାପଡ଼ିଛି।

କେରଳ ମୁଖ୍ୟମନ୍ତ୍ରୀ ପିନାରୟୀ ବିଜୟନ୍‌ ଶୁକ୍ରବାର ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଭୂସ୍ଖଳନରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନ୍ୟାସ୍‌ନାଲ୍‌ ରିଲିଫ୍‌ ଫଣ୍ଡ୍‌ରୁ ଏହି ଟଙ୍କା ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ

ରାଜ୍ୟସଭାରେ ପାରିତ ହେଲା କୃଷି ବିଲ୍

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଧାର୍ଯ୍ୟ ସମୟ ଆଗରୁ ଶେଷ ହୋଇପାରେ ମୌସୁମୀ ଅଧିବେଶନ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

You might also like