ମହିଳା ପୁଲିସ୍ କନ୍‌ଷ୍ଟେବଲ୍‌ଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଚଣ୍ଡିଗଡ଼: ସୁରକ୍ଷା ଯୋଗାଇବାକୁ ମୁତୟନ ଥିବା ପୁଲିସ୍‌ ଅାଜି ଅସୁରକ୍ଷିତ। ଗଣଦୁଷ୍କର୍ମର ଶିକାର ହୋଇଛନ୍ତି ଜଣେ ମହିଳା ପୁଲିସ୍ କନଷ୍ଟେବଲ୍। ଯାହା ପରେ ଏପରି ପ୍ରଶ୍ନ ସାମ୍ନାକୁ ଅାସିଛି। ହରିୟାଣା ପାଲୱାଲ୍ ଅଞ୍ଚଳର ଜଣେ ମହିଳା ହେଡ୍ କନ୍‌ଷ୍ଟେବଲ୍‌ଙ୍କ ସହ ହୋଇଛି ଗଣଦୁଷ୍କର୍ମ। ତେବେ ପୁଲିସରେ ଏନେଇ ଅଭିଯୋଗ ହେବା ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ହୋଇନଥିବା ଅଭିଯୋଗ ହୋଇଛି। ମହିଳା କନଷ୍ଟେବଲ୍‌ ଜଣଙ୍କୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ବହୁ ବର୍ଷ ଧରି ହଇରାଣ କରୁଥିଲେ।

ତେବେ ଏନେଇ ଗତ କିଛି ଦିନ ତଳେ ଅଭିଯୁକ୍ତ ଯୋଗେନ୍ଦ୍ର ତାଙ୍କ ଭାଇ ଏବଂ ସାଙ୍ଗ ମିଶି ମହିଳାଙ୍କୁ ଦୁଷ୍କର୍ମ କରିଛନ୍ତି। ମାରଣାସ୍ତ୍ର ଦେଖାଇ ତାଙ୍କ ସହ ଜୋରଜବରଦସ୍ତି ହୋଇଥିବା ପୀଡ଼ିତା ଅଭିଯୋଗ କରିଛନ୍ତି। ଏହାପରେ ତାଙ୍କୁ ହତ୍ୟା କରିବାକୁ ଧମକ ମଧ୍ୟ ଦିଅାଯାଇଥିବା ସେ ଅଭିଯୋଗ କରିଛନ୍ତି।

ଏନେଇ ଥାନାରେ ଅଭିଯୋଗ ହେବା ପରେ ତଦନ୍ତ ଜାରି ରହିଥିବା ପୁଲିସ୍‌ କହିିଛି।

You might also like