ଭୂମିକମ୍ପରେ ଥରିଲା ଦିଲ୍ଲୀ

ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ଦିଲ୍ଲୀ। ରବିବାର ଦିନ ୧.୪୫ ମିନିଟ୍‌ରେ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଏକ ମଧ୍ୟମ ଧରଣର ଭୂମିକମ୍ପ ଅନୁଭୁତ। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୫ ରହିଥିଲା। ଏଥିରେ କୌଣସି ଧନଜୀବନ କ୍ଷତି ହୋଇନଥିବା ଜଣାପଡ଼ିଛି।

ଦିଲ୍ଲୀ ବିପର୍ଯ୍ୟୟ ସୂଚନା କେନ୍ଦ୍ରର ସୁଚନା ଅନୁସାରେ, ଏହି ଭୁମିକମ୍ପ ଦିଲ୍ଲୀ ସମେତ ଏହାର ଆଖପାଖ ଅଞ୍ଚଳରେ ଅନୁଭୁତ ହୋଇଥିଲା। ଦିଲ୍ଲୀ ଓ ୟୁପିର ସୀମାରେ ୧୫ କିମି ଦୂରରେ ଏହାର କେନ୍ଦ୍ର ସ୍ଥଳ ଥିଲା। ଭୂମିକମ୍ପ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ୍ ମଧ୍ୟ ଟ୍ୱିଟ୍ କରି ଈଶ୍ୱରଙ୍କ ପାଖରେ ସମସ୍ତଙ୍କ ସୁରକ୍ଷା କାମନା କରିଛନ୍ତି।

ଏହାକୁ ମିଶାଇ ଗୋଟିଏ ମାସ ଭିତରେ ଦିଲ୍ଲୀରେ ତିନିଥର ଭୂମିକମ୍ପ ହୋଇ ସାରିଲାଣି। ଏପ୍ରିଲ୍‌ ୧୨ ତାରିଖରେ ଦିଲ୍ଲୀ ଏନ୍‌ସିଆର୍ ଅଞ୍ଚଳରେ ୩.୫ ତୀବ୍ରତାର ଏକ ଭୂମିକମ୍ପ ହୋଇଥିଲା। ଯାହାର କେନ୍ଦ୍ର ସ୍ଥଳ ୱାଜିରାବାଦ ଥିଲା। ଏହା ପରଦିନ ପୁଣି ୨.୭ ତୀବ୍ରତାର ଏକ ଭୂମିକମ୍ପ ଅନୁଭୁତ ହୋଇଥିଲା। ତେବେ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି।

ଏହା ପୂର୍ବରୁ ଆଜି ୧୧ଟାରେ ବି ଦିଲ୍ଲୀରେ ଧୂଳିଝଡ଼ ହୋଇଥିଲା। ଦିଲ୍ଲୀର ଆକାଶ ରାତିର ଭ୍ରମ ସୃଷ୍ଟି କଲା। ଦିଲ୍ଲୀ ଓ ଏହାର ଆଖପାଖ ଇଲାକାର ପାଗ ହଠାତ୍‌ ବଦଳି ଯାଇଥିଲା। ଅନ୍ଧାର ‌ମାଡ଼ି ଆସିବା ସହ ରାସ୍ତାଘାଟ କିଛି ଦେଖା ଯାଇ ନ ଥିଲା। ଚାରିଆଡେ ଧୂଳି ଉଡିବାକୁ ଲାଗିଲା। ପରେ ବର୍ଷା ମଧ୍ୟ ହୋଇଥିଲା। କୁଆପଥର ମାଡ଼ ହୋଇଥିଲା।

 

ଆହୁରି ପଢ଼ନ୍ତୁ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

‘ମୋଦି-ଟ୍ରମ୍ପ୍‌ଙ୍କ ସମ୍ପର୍କ ଅତି ନିବିଡ଼’

କମଳନାଥଙ୍କ ବିବାଦୀୟ ବୟାନକୁ ନେଇ ତାତିଲେ ଇମରତୀ ଦେବୀ, କହିଲେ….

ପାକିସ୍ତାନ ଛାଡ଼ିଲେ ଏହି ପପୁଲାର୍‌ ଟିକ୍‌ଟକ୍‌ ଷ୍ଟାର, ପାକିସ୍ତାନୀଙ୍କୁ ଦୋଷ ଦେଇ କହିଲେ…

ପାକିସ୍ତାନରେ ତେଜୁଛି ବିରୋଧୀଙ୍କ ସ୍ୱର: କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା‌ ପୋଲିସ

ଆତ୍ମଘାତୀ କାର୍‌ ବିସ୍ଫୋରଣରେ ୧୨ ମୃତ, ୧୨୦ ଆହତ

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

ମିଜୋରାମ-ଆସାମ ସୀମାନ୍ତରେ ବଢୁଛି ଉତ୍ତେଜନା, କଡ଼ାକଡ଼ି ହେଲା ସୁରକ୍ଷା ବ୍ୟବସ୍ଥା

ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ସ୍ୱୀକାର କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଗ୍ୟାଙ୍ଗଷ୍ଟର ଟାଇଗରକୁ ମାରିଦେଲେ

You might also like