ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ
ଲକ୍ଷ୍ମୌ: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଥିଲା।
बाबूजी नहीं रहे
— Ashutosh Tandon (@GopalJi_Tandon) July 21, 2020
ଦୁଇଦିନ ହେଲା ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଆଜି ସକାଳୁ ତାଙ୍କର ଦେହାନ୍ତ ହୋଇଥିଲା। ଏ ସମ୍ପର୍କରେ ଲାଲଜି ଟଣ୍ଡନଙ୍କ ପୁଅ ଆଶୁତୋଷ ଟଣ୍ଡନ ଆଜି ଭୋରରୁ ସ୍ପଷ୍ଟ କରିଛନ୍ତି। ୟୁପି ରାଜ୍ୟପାଳ ଆନନ୍ଦୀବେନ୍ ପଟେଲଙ୍କୁ ମଧ୍ୟପ୍ରଦେଶର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି।
Shri Lalji Tandon was well-versed with constitutional matters. He enjoyed a long and close association with beloved Atal Ji.
In this hour of grief, my condolences to the family and well-wishers of Shri Tandon. Om Shanti.
— Narendra Modi (@narendramodi) July 21, 2020