ମନୋଜ ସିହ୍ନା ଜାମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନାଙ୍କୁ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀ ସିହ୍ନାଙ୍କୁ ଜାମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି।

ଗତକାଲି ଗିରୀଶ ଚନ୍ଦ୍ର ମୁର୍ମୁ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ ରାଷ୍ଟ୍ରପତି ତାଙ୍କର ଇସ୍ତଫା ପତ୍ରକୁ ଗ୍ରହଣ କରିଥିଲେ। ଏବେ ଶ୍ରୀ ମୁର୍ମୁଙ୍କ ସ୍ଥାନରେ ମନୋଜ ସିହ୍ନା ଉପ-ରାଜ୍ୟପାଳ ଭାବେ ଦାୟିତ୍ୱ ସମ୍ଭାଳିବେ।

୨୦୧୯ ଅଗଷ୍ଟରେ ଧାରା ୩୭୦ ଉଚ୍ଛେଦ ହେବା ପରେ ଜାମ୍ମୁ ଓ କାଶ୍ମୀର ରାଜ୍ୟ ମାନ୍ୟତା ହରାଇଥିଲା। ଏହାପରେ ଏହାର ପୁୁନର୍ଗଠନ ହୋଇଥିଲା। ଗତ ବର୍ଷ ଅକ୍ଟୋବର ୩୧ରେ ଓଡ଼ିଶାରେ ଜନ୍ମିତ ଗିରୀଶ ମୁର୍ମୁଙ୍କୁ ଜାମ୍ମୁ ଓ କାଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା। ତେବେ ଗିରୀଶ ମୁର୍ମୁ ପରବର୍ତ୍ତୀ CAG ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଚଳିତ ସପ୍ତାହରେ ଭାରତୀୟ ମହାଲେଖା ନିୟନ୍ତ୍ରକ ତଥା ମହା ସମୀକ୍ଷକ ରାଜୀବ ମହର୍ଷି ଅବସର ଗ୍ରହଣ କରିବାକୁ ଥିବାରୁ ତାଙ୍କ ସ୍ଥାନରେ ଶ୍ରୀ ମୁର୍ମୁଙ୍କୁ ନିଯୁକ୍ତି ମିଳିପାରେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଥିବାବେଳେ ୧୯୮୫ ବ୍ୟାଚ୍‌ର ଗୁଜରାଟ କ୍ୟାଡର ଆଇଏଏସ୍ ଅଧିକାରୀ ମୁର୍ମୁ ତାଙ୍କର ପ୍ରଧାନ ସଚିବ ଥିଲେ।

 

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like