ନୂଆଦିଲ୍ଲୀରେ ବିଜେଡିର ବିକ୍ଷୋଭ କାର୍ଯ୍ୟକ୍ରମକୁ ବିରୋଧ

ନୂଆଦିଲ୍ଲୀ : ଦିଲ୍ଲୀରେ ବିଜେଡିର ବିକ୍ଷୋଭ କାର୍ଯ୍ୟକ୍ରମକୁ ବିରୋଧ। ପ୍ରବାସୀ ଓଡ଼ିଆ ନାଗରିକ ମଞ୍ଚ ପକ୍ଷରୁ ଏହି ବିରୋଧ ପ୍ରଦର୍ଶନ କରାଯାଇଛି। ପ୍ରବାସୀ ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ କିଛି କରିନଥିବା ଅଭିଯୋଗ କରି ଏହି ପ୍ରତିବାଦ କରାଯାଇଛି।

ଓଡ଼ିଶା ଭବନ ଘେରାଉ ଉଦ୍ୟମ ବେଳେ ପୁଲିସ ସହିତ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା।  କିଛି ବିକ୍ଷୋଭକାରୀଙ୍କୁ ମନ୍ଦିର ମାର୍ଗ ଥାନାରେ ଅଟକ ରଖିଛି ପୁଲିସ।

ଉଲ୍ଲେଖନୀୟ ଯେ,ଚାଷୀଙ୍କ ହକ୍ ପାଇଁ ଆଜି ଦିଲ୍ଲୀ ଦରବାରରେ ବିଜେଡି ନେତାଙ୍କ ଗର୍ଜନ ଶୁଭିଛି। ଏଥିପାଇଁ ଦିଲ୍ଲୀର ତାଲକୋଟରା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି କୃଷକ ଅଧିକାର ସମାବେଶ। ଏଥିରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ବିଜେଡି ବହୁବାର ଦାବି କରିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କ୍ୟାବିନେଟ୍‌ ମନ୍ତ୍ରୀ, ବିଧାୟକ ଧାରଣାରେ ବସିଛନ୍ତି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର ସରକାର ୨୯୩୦ ଟଙ୍କା କରିବା ଏବଂ ସ୍ୱାମୀନାଥନ୍‌ କମିଟି ରିପୋର୍ଟକୁ କାର୍ଯ୍ୟକାରୀ କରିବାକୁ ବିଜେଡି ପ୍ରମୁଖ ଦାବି ରଖିଛି।

 

ଆହୁରି ପଢ଼ନ୍ତୁ

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

‘ମୋଦି-ଟ୍ରମ୍ପ୍‌ଙ୍କ ସମ୍ପର୍କ ଅତି ନିବିଡ଼’

କମଳନାଥଙ୍କ ବିବାଦୀୟ ବୟାନକୁ ନେଇ ତାତିଲେ ଇମରତୀ ଦେବୀ, କହିଲେ….

ପାକିସ୍ତାନ ଛାଡ଼ିଲେ ଏହି ପପୁଲାର୍‌ ଟିକ୍‌ଟକ୍‌ ଷ୍ଟାର, ପାକିସ୍ତାନୀଙ୍କୁ ଦୋଷ ଦେଇ କହିଲେ…

ପାକିସ୍ତାନରେ ତେଜୁଛି ବିରୋଧୀଙ୍କ ସ୍ୱର: କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା‌ ପୋଲିସ

ଆତ୍ମଘାତୀ କାର୍‌ ବିସ୍ଫୋରଣରେ ୧୨ ମୃତ, ୧୨୦ ଆହତ

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

ମିଜୋରାମ-ଆସାମ ସୀମାନ୍ତରେ ବଢୁଛି ଉତ୍ତେଜନା, କଡ଼ାକଡ଼ି ହେଲା ସୁରକ୍ଷା ବ୍ୟବସ୍ଥା

ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ସ୍ୱୀକାର କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଗ୍ୟାଙ୍ଗଷ୍ଟର ଟାଇଗରକୁ ମାରିଦେଲେ

ଦୁଇ ମହିଳା ଗାଡ଼ିରୁ ଡେଇଁ ପଡ଼ିବା ଦେଖି କାର୍‌ର ପିଛା କଲେ ଲୋକେ, ତା ପରେ…

ଧାରା ୩୭୦ ଉଚ୍ଛେଦକୁ କରୋନା ଭାଇରସ ସହିତ ତୁଳନା କଲେ ଜାମ୍ମୁ ଓ କାଶ୍ମୀର ନେତା

You might also like