କୋହ ସମ୍ଭାଳି ନ ପାରି କାନ୍ଦି ପକାଇଲେ ଇସ୍ରୋ ମୁଖ୍ୟ

ନୂଆଦିଲ୍ଲୀ: ଚନ୍ଦ୍ର ଅଭିଯାନରେ ଯାଇଥିବା ଚନ୍ଦ୍ରଯାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଶେଷ ମୁହୂର୍ତ୍ତରେ ଲ୍ୟାଣ୍ଡର ବିକ୍ରମ୍‌ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଇସ୍ରୋର ବୈଜ୍ଞାନିକମାନେ ନିରାଶ ହୋଇପଡ଼ିଛନ୍ତି।

ଏପରିକି ଇସ୍ରୋ ମୁଖ୍ୟ କେ ସିବନ ବି ଭାଙ୍ଗି ପଡ଼ିଛନ୍ତି। ଗତକାଲି ଲ୍ୟାଣ୍ଡର ବିକ୍ରମ୍‌ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ନେଇ ଘୋଷଣା କରିବା ବେଳେ ସେ ତାଙ୍କ କୋହ ସମ୍ଭାଳି ନ ପାରି କାନ୍ଦ କାନ୍ଦ ହୋଇଯାଇଥିଲେ। ସେହିପରି ଆଜି ବେଙ୍ଗାଲୁରୁ ଇସ୍ରୋ ମୁଖ୍ୟାଳୟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଦାୟ ଦେବା ବେଳେ ବି ତାଙ୍କ କୋହ ସମ୍ଭାଳି ପାରି ନ ଥିଲେ ଓ କାନ୍ଦି ପକାଇଥିଲେ। ଆଉ ପ୍ରଧାନମନ୍ତ୍ରୀ ତାଙ୍କୁ କୋଳେଇ ନେଇ ପିଠି ଥାପୁଡ଼ାଇ ସାନ୍ତ୍ୱନା ଦେଇଥିଲେ। ସେହି ସମୟରେ ସେଠାରେ ଏକ ଭାବାତ୍ମକ ପରିବେଶ ଦେଖିବାକୁ ମିଳିଥିଲା।

ଏହାପୂର୍ବରୁ ଆଜି ସକାଳେ ପ୍ରଧାନମନ୍ତ୍ରୀ ଇସ୍ରୋ କାର୍ଯ୍ୟାଳୟରୁ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ ଓ ଇସ୍ରୋର ବୈଜ୍ଞାନିକମାନଙ୍କୁ ଭୁରି ଭୁରି ପ୍ରଶଂସା କରିଥିଲେ।

ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ର ଅବତରଣର ଶେଷ ମୁହୁର୍ତ୍ତରେ ହିଁ ଇସ୍ରୋ ସହ ଲ୍ୟାଣ୍ଡର ବିକ୍ରମର ସମ୍ପର୍କ ଛିନ୍ନ ହେବାପରେ ଇସ୍ରୋ ବୈଜ୍ଞାନିକମାନଙ୍କୁ ଆଶା ଓ ଆଶଙ୍କାରେ ଦେଖିବାକୁ ମିଳିଥିଲା। ଏହା ପରେ କିଛି ସମୟ ପାଇଁ ଇସ୍ରୋ ମୁଖ୍ୟାଳୟରେ ନିରାଶ ଖେଳି ଯାଇଥିଲା। ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଦୂରତା ଯାଏ ଲ୍ୟାଣ୍ଡର ସ୍ୱାଭାବିକ ଭାବେ କାର୍ଯ୍ୟ କରିଥିଲା। ତା’ ପରେ ଲ୍ୟାଣ୍ଡର ପାଖରୁ ଇସ୍ରୋ କଣ୍ଟ୍ରୋଲ ରୁମ୍‌କୁ କୌଣସି ସୂଚନା ମିଳିନଥିଲା।

ଆହୁରି ମଧ୍ୟ ପଢ଼ନ୍ତୁ: ଚନ୍ଦ୍ରଯାନ-୨: ଟ୍ୱିଟ୍‌ କରି ଇସ୍ରୋ ବୈଜ୍ଞାନିକଙ୍କ ମନୋବଳ ବଢ଼ାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like