ମୁମ୍ବାଇରେ ବର୍ଷା ବିତ୍ପାତ; ସ୍କୁଲ୍‌, କଲେଜ ଛୁଟି ଘୋଷଣା

ମୁମ୍ବାଇ: ବର୍ଷାରେ ବେହାଲ ହୋଇପଡ଼ିଛି ମାୟାନଗରୀ ମୁମ୍ବାଇ। ପ୍ରବଳ ବର୍ଷା ହେବା ଯୋଗୁ ମୁମ୍ବାଇବାସୀ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଆଜି ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା  ମିଳିବା ପରେ ଏହାକୁ ନେଇ ସାଧାରଣ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳ ଗୁଡ଼ିକରେ ଥିବା ସମସ୍ତ ସ୍କୁଲ ଓ ଜୁନିଅର୍‌ କଲେଜକୁ ଆଜି ଛୁଟି ଘୋଷଣା କରାଯାଇଛି। ଗତକାଲି ମଧ୍ୟ ଛୁଟି ଘୋଷଣା କରାଯାଇଥିଲା।

mumbai

ଗତକାଲି ମୁମ୍ବାଇରେ ପ୍ରବଳ ବର୍ଷା ହେବା ଫଳରେ ବିମାନ ସେବା ପ୍ରଭାବିତ ହୋଇଥିଲା। ଏଥିସହ ଟ୍ରାଫିକ୍‌ ସମସ୍ୟା ଓ ବିଭିନ୍ନ ଅଞ୍ଚଳ ଜଳମଗ୍ନ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଜନିତ ଅଘଟଣକୁ ନେଇ ଗତକାଲି ୩ଜଣଙ୍କ ମୃତ୍ୟୁ ଘଟିଥିଲା।

mumbai

ମୁମ୍ବାଇର ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷା ଜଳ ଲହଡ଼ି ଭାଙ୍ଗୁଛି। ଏପରିକି ଅନେକ ଜନବସତି ଅଞ୍ଚଳରେ ପାଣି ପଶି ଯାଇଛି। ସଡ଼କ ପଥ ସହ ଟ୍ରେନ୍ ଓ ବିମାନ ସେବା ମଧ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଭିନ୍ନ ବସ୍‌ଷ୍ଟାଣ୍ଡ ଓ ରେଳ ଷ୍ଟେସନରେ ହଜାର ହଜାର ଲୋକେ ଫସି ରହିଛନ୍ତି। ଟ୍ରାଫିକ୍ ସମସ୍ୟା ମଧ୍ୟ ସୃଷ୍ଟି ହୋଇଛି। ରାସ୍ତା ଉପରେ ଅଣ୍ଟାଏ ଉଚ୍ଚରେ ପାଣି ଚାଲୁ ଥିବାରୁ ଜନଜୀବନ ଏକ ପ୍ରକାର ଠପ୍ ହୋଇଯାଇଛି।

mumbai

ଅନ୍ୟପକ୍ଷରେ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନୌସେନା ଯବାନମାନେ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ସତର୍କତାମୂଳକ ଭାବେ କୁର୍ଲା, ପାରେଲ ଏବଂ ଅନ୍ଧେରିରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରଖାଯାଇଛି।

ଆହୁରି ପଢ଼ନ୍ତୁ

‘ଶକ୍ତି କ୍ଷେତ୍ରରେ ଭାରତର ଭବିଷ୍ୟତ ଉଜ୍ଜ୍ୱଳ ଓ ସୁରକ୍ଷିତ’

ଭାଇରାଲ ହେଉଛି ରାବଣଙ୍କ ଭାଙ୍ଗଡ଼ା

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ମଣିଷ ଶରୀରରେ କରୋନା ଟିକା ଦିଆଯିବା ପରେ ଆସିଲା ରୋଚକ ତଥ୍ୟ

କାର୍ଗି‌ଲ୍‌ ଯୁଦ୍ଧକୁ ନେଇ ବଡ ଖୁଲାସା କଲେ ନବାଜ ସରିଫ

ପୁରୁଣା ମ୍ୟାପ ସହ ବିଜୟାଦଶମୀ ବାର୍ତ୍ତା ଦେଲେ ଓଲି

ଡୋଭାଲଙ୍କ ଚେତାବନୀ -‘ବିପଦ ଆସିଲେ ଛାଡ଼ିବୁନି’

ବିଜୟାଦଶମୀରେ ଶସ୍ତ୍ର ପୂଜା ପରେ ଡ୍ରାଗନକୁ ଏମିତି ଚେତାବନୀ ଦେଲେ ପ୍ରତିରକ୍ଷା ମନ୍ତ୍ରୀ

ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ଆକ୍ରାନ୍ତ

ଯେମିତି ନିର୍ବାଚନ, ସେଇ ପଦ୍ଧତିରେ ହେବ ଦେଶରେ କୋଭିଡ୍ ଟିକାକରଣ

ଆର୍‌ବିଆଇ ଗଭର୍ଣ୍ଣରଙ୍କୁ କରୋନା

ସିଏଏକୁ ନେଇ ମୋହନ ଭାଗବତଙ୍କ ମନ୍ତବ୍ୟରେ କଡ଼ା ପ୍ରତିକ୍ରିୟା ରଖିଲେ ଅସଦୁଦ୍ଦିନ ଓୱେସୀ

You might also like