ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରପଞ୍ଚଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପୂର୍ବରୁ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୪ ଏପ୍ରିଲ ଅର୍ଥାତ୍ ଶୁକ୍ରବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ସମସ୍ତ ସରପଞ୍ଚଙ୍କ ସହ ସିଧାସଳଖ କଥା ହେବେ। ପଞ୍ଚାୟତିରାଜ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଏପ୍ରିଲ ୨୪ରେ ଇ-ଗ୍ରାମ ସ୍ୱରାଜ ପୋର୍ଟାଲ(e-Gram Swaraj Portal)ଏବଂ ମୋବାଇଲ ଆପ୍‌ର ଶୁଭାରମ୍ଭ କରିବେ। ପ୍ରତିବର୍ଷ ଏପ୍ରିଲ ୨୪କୁ ଜାତୀୟ ପଞ୍ଚାୟତରାଜ ଦିବସ ଭାବେ ପାଳନ କରାଯାଏ।

ଦେଶରେ କରୋନା ଭାଇରସ ମହାମାରୀକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ଏହି ଲକ୍‌ଡାଉନ୍‌ ସମୟରେ ପ୍ରଧାନମନ୍ତ୍ରୀ ଗ୍ରାମ ପଞ୍ଚାୟତକୁ ସମ୍ବୋଧିତ କରିବେ।

ଖବର ଅନୁଯାୟୀ, ଇ-ଗ୍ରାମ ସ୍ୱରାଜ ପୋର୍ଟାଲ ହେଉଛି ପଞ୍ଚାୟତିରାଜ ମନ୍ତ୍ରଣାଳୟର ଏକ ନିଆରା ପଦକ୍ଷେପ। ଯେଉଁଥିରେ ଗ୍ରାମ ପଞ୍ଚାୟତର ବିକାଶ ଯୋଜନା ପ୍ରସ୍ତୁତ ହେବ ଏବଂ କାର୍ଯ୍ୟକାରୀ କରିବା ପାଇଁ ଗ୍ରାମ ପଞ୍ଚାୟତ ସୁଯୋଗ ପାଇବେ।

ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ଏପ୍ରିଲ ୨୭ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପୁଣିଥରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ। ଏହି ବୈଠକରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like