ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼; ଜଣେ ମୃତ, ୫ ଆହତ

ୱାଶିଂଟନ୍‌: ଆମେରିକାର ୱାଶିଂଟନ୍‌, ଡିସିର ଷ୍ଟ୍ରିଟସ୍‌ରେ ଦୁର୍ବୃତ୍ତଙ୍କ ଅତର୍କିତ ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ହ୍ୱାଇଟ୍‌ ହାଉସ୍‌ ଠାରୁ ୨ କି.ମି. ଦୂରରେ ଥିବା କଲୋମ୍ବିଆ ରୋଡ୍‌ରେ ଗୁରୁବାର ରାତି ପ୍ରାୟ ୧୦ଟା ସମୟରେ ଏହି ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି। କିଛି ଦୁର୍ବୁତ୍ତ ଅଚାନକ ଆସି ଲୋକଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଆକ୍ରମଣର କାରଣ କ’ଣ ତାହା ଜଣାପଡ଼ିନାହିଁ।

ଅନ୍ୟପକ୍ଷରେ ଆକ୍ରମଣ ପଛରେ କୌଣସି ଆତଙ୍କବାଦୀ ସଂଗଠନର ହାତଥିବା ସନ୍ଦେହ କରାଯାଉଛି। ହେଲେ ବର୍ତ୍ତମାନ ଯାଏ କୌଣସି ସଂଗଠନ ଏଥିପାଇଁ ନିଜକୁ ଦାୟୀ କରି ନାହାନ୍ତି। ୧୪ ଷ୍ଟ୍ରିଟ୍‌ର ବିଭିନ୍ନ ଛକରେ ଓ କଲୋମ୍ବିଆ ରୋଡ୍‌ରେ ବହୁ ପୁଲିସ୍‌ କର୍ମୀ ମୁତୟନ ହୋଇଛନ୍ତି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ତଲାସି ଅଭିଯାନ ଜାରି ରହିଛି।

ଆହୁରି ପଢ଼ନ୍ତୁ

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

You might also like