କୁଳଭୂଷଣ ଯାଦବ ମାମଲାରେ ନରମିଲା ପାକିସ୍ତାନ

ଇସଲାମାବାଦ୍‌: ପାକିସ୍ତାନରେ ବନ୍ଦୀ ଥିବା ଭାରତୀୟ କୁଳଭୂଷଣ ଯାଦବଙ୍କୁ କନ୍ସୁଲାର ଆକ୍ସେସ୍‌ ପାଇଁ ପାକିସ୍ତାନ ପ୍ରସ୍ତାବ ଦେଇଛି। ଆଜି ଏହି ଅନୁମତି ଦିଆଯିବ ବୋଲି ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯିବା ପରେ ଭାରତ ମଧ୍ୟ ଉତ୍ତର ରଖିଛି। ଭାରତ ପକ୍ଷରୁ କୁହାଯାଇଛି ‘କଟକଣା ବିହୀନ’ ଏବଂ ‘ଅବାଧ’ ଅନୁମତି ନ ମିଳିଲେ ଏହାକୁ ଭାରତ ଗ୍ରହଣ କରିବନି।

ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ମହମ୍ମଦ ଫୈଜଲ ପୂର୍ବରୁ କହିଥିଲେ, ୨୦୧୯ ସେପ୍ଟେମ୍ବର ୨ ତାରିଖରେ କୁଳଭୂଷଣ ଯାଦବଙ୍କୁ କନ୍ସୁଲାର ଆକ୍ସେସ୍‌ ଦିଆଯିବ। ଭିଏନା ଚୁକ୍ତି ଅନୁଯାୟୀ ଏହି ଅନୁମତି ଦିଆଯିବ ବୋଲି ସେ କହିଥିଲେ। ସେ ଏହି ଟ୍ୱିଟ୍‌ରେ କୁଳଭୂଷଣଙ୍କୁ ଗୁଇନ୍ଦା କମାଣ୍ଡର ଏବଂ ର’ ପାଇଁ କାମକରୁଥିବା ଦର୍ଶାଇଥିଲେ। ସେ କହିଥିଲେ ‘କମାଣ୍ଡର ଯାଦବ’ ଆତଙ୍କବାଦ ଏବଂ ଗୁପ୍ତଚର କାମ ଆଦି କରୁଥିବା ଅଭିଯୋଗରେ ପାକିସ୍ତାନରେ ବନ୍ଦୀ ଅଛନ୍ତି।

୪୯ ବର୍ଷ ବୟସ୍କ କୁଳଭୂଷଣଙ୍କୁ ୨୦୧୬ ମସିହା ମାର୍ଚ୍ଚରେ ପାକିସ୍ତାନ ଗିରଫ କରିଥିଲା। ସେ ଗୁଇନ୍ଦାଗିରି କରୁଥିବା ପାକିସ୍ତାନ ଅଭିଯୋଗ ଆଣିଥିଲେ ହେଁ ଭାରତ ଏହାକୁ ଖଣ୍ଡନ କରିଆସୁଛି। ସେ ଇରାନ୍‌ପଟୁ ପାକିସ୍ତାନରେ ପ୍ରବେଶ କରିଥିଲେ ଏବଂ ତାଙ୍କୁ ବଲୁଚିସ୍ତାନରୁ ଗିରଫ କରାଯାଇଥିଲା ବୋଲି ପାକିସ୍ତାନ ଦାବି କରିଆସୁଛି। ଏହାର ଏକ ବର୍ଷ ପରେ ପାକିସ୍ତାନର ଏକ ସାମରିକ କୋର୍ଟ ତାଙ୍କୁ ଫାଶୀଦଣ୍ଡ ଦେଇଥିଲା। ଏହାକୁ ନେଇ ସମଗ୍ର ଭାରତରେ ଆଲୋଡ଼ନ ସୃଷ୍ଟି ହୋଇଥିଲା ଏବଂ ଭାରତ ନ୍ୟାୟ ପାଇଁ ପାକିସ୍ତାନ ବିରୋଧରେ ଆଇସିଜେଙ୍କ ଦ୍ୱାରସ୍ଥ ହୋଇଥିଲା। ଆଇସିଜେ ଭାରତ ସପକ୍ଷରେ ରାୟ ଦେବା ସହ ପାକିସ୍ତାନ ଉପରେ ବର୍ଷିଥିଲେ। କୋର୍ଟ ପାକିସ୍ତାନକୁ ନିରପେକ୍ଷ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

‘ମୋଦି-ଟ୍ରମ୍ପ୍‌ଙ୍କ ସମ୍ପର୍କ ଅତି ନିବିଡ଼’

କମଳନାଥଙ୍କ ବିବାଦୀୟ ବୟାନକୁ ନେଇ ତାତିଲେ ଇମରତୀ ଦେବୀ, କହିଲେ….

ପାକିସ୍ତାନ ଛାଡ଼ିଲେ ଏହି ପପୁଲାର୍‌ ଟିକ୍‌ଟକ୍‌ ଷ୍ଟାର, ପାକିସ୍ତାନୀଙ୍କୁ ଦୋଷ ଦେଇ କହିଲେ…

ପାକିସ୍ତାନରେ ତେଜୁଛି ବିରୋଧୀଙ୍କ ସ୍ୱର: କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା‌ ପୋଲିସ

ଆତ୍ମଘାତୀ କାର୍‌ ବିସ୍ଫୋରଣରେ ୧୨ ମୃତ, ୧୨୦ ଆହତ

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

ମିଜୋରାମ-ଆସାମ ସୀମାନ୍ତରେ ବଢୁଛି ଉତ୍ତେଜନା, କଡ଼ାକଡ଼ି ହେଲା ସୁରକ୍ଷା ବ୍ୟବସ୍ଥା

ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ସ୍ୱୀକାର କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଗ୍ୟାଙ୍ଗଷ୍ଟର ଟାଇଗରକୁ ମାରିଦେଲେ

ଦୁଇ ମହିଳା ଗାଡ଼ିରୁ ଡେଇଁ ପଡ଼ିବା ଦେଖି କାର୍‌ର ପିଛା କଲେ ଲୋକେ, ତା ପରେ…

ଧାରା ୩୭୦ ଉଚ୍ଛେଦକୁ କରୋନା ଭାଇରସ ସହିତ ତୁଳନା କଲେ ଜାମ୍ମୁ ଓ କାଶ୍ମୀର ନେତା

You might also like