ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ PMO ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

କରୋନା ମୁକାବିଲା ନେଇ ବାର୍ତ୍ତା ଓ ମେ’ ୧୭ରେ ଲକ୍‌ଡାଉନ୍‌ ଅବଧି ସରୁଥିବାରୁ ଏସମ୍ପର୍କରେ ପ୍ରଧାନମନ୍ତ୍ରୀ କିଛି କହି ପାରନ୍ତି ବୋଲି ଆଶା କରାଯାଉଛି।

ବର୍ତ୍ତମାନ ସୁଦ୍ଧା ଦେଶରେ ୪୬ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଥିବାବେଳେ ୨୨ ହଜାରରୁ ଅଧିକ ସୁସ୍ଥ ହୋଇଛନ୍ତି। ତେବେ ୨,୨୯୩ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

You might also like