କାଲି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂରେ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଆସନ୍ତାକାଲି ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡିଓ କନଫରେନ୍ସିଂରେ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୩ଟା ବେଳେ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଏହି ଆଲୋଚନା ହେବ। ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତି ସମ୍ପର୍କରେ ଆଲୋଚନା କରିବା ସହିତ ଏହାର ମୁକାବିଲା ପାଇଁ ଭବିଷ୍ୟତରେ କେଉଁ ପଦକ୍ଷେପ ନିଆଯିବ ସେ ବିଷୟରେ ବି ଆଲୋଚନା ହେବ।

ଏହାକୁ ମିଶାଇ ପଞ୍ଚମଥର ପାଇଁ ପ୍ରଧାନମନ୍ତ୍ରୀ ମୋଦି କରୋନା ମୁକାବିଲା ସମ୍ପର୍କରେ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିବେ। ବର୍ତ୍ତମାନ କରୋନା ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହା ମେ ୧୭ ତାରିଖରେ ଶେଷ ହେବ।

ଦେଶର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ତୃତୀୟ ଥର ପାଇଁ ଲକ୍‌ଡାଉନ୍‌ ମେ ୩ରୁ ମୋ ୧୭ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଥିଲା। ତୃତୀୟ ଥର ଲକ୍‌ଡାଉନ୍‌ ଅବଧି ସରିବାକୁ ଆଉ ମାତ୍ର ୭ ରହିଥିବା ବେଳେ ଏହାପରେ ପରବର୍ତ୍ତି କଣ ପଦକ୍ଷେପ ରହିବ ତା ଉପରେ ସମସ୍ତଙ୍କ ନଜର ରହିଛି।

You might also like